ପ୍ରମୁଖ ଖବର

ପ୍ରତିରକ୍ଷା କ୍ଷେତ୍ରରେ ୨.୧୨ ଲକ୍ଷ କୋଟିର କ୍ରୟ ପ୍ରସ୍ତାବକୁ ମଞ୍ଜୁରି
ଆର୍‌ଜି କର ମାମଲା: ସିବିଆଇ ବିରୋଧୀ ଅଭିଯାନରୁ ଦୂରେଇଲେ ପୀଡ଼ିତାଙ୍କ ମା’
ମୋଦୀଙ୍କ ପିତାଙ୍କୁ ନେଇ ଟିପ୍ପଣୀ ପ୍ରସଙ୍ଗ: କଂଗ୍ରେସକୁ ଟାର୍ଗେଟ୍‌ କଲେ ବିଜେପି ଅଧ୍ୟକ୍ଷ
ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ: ପୀୟୂଷ ଗୋୟଲ
ଏଣିକି E100 ଇନ୍ଧନରେ ଚାଲିବ ଗାଡ଼ି! ନିୟମରେ ସଂଶୋଧନ କଲେ କେନ୍ଦ୍ର ସରକାର
ନର୍ଥ ବ୍ଲକ୍‌ରେ ଅଗ୍ନିକାଣ୍ଡ, ନିଆଁ ଲିଭାଇଲେ ଅଗ୍ନିଶମ କର୍ମଚାରୀ
ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ ଅର୍ଣ୍ଣବ ‘

ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା

0

ପୁରୀ: ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ପାଇଁ ଆସନ୍ତା ୧୮ ତାରିଖ ଠାରୁ କେବଳ ୨ଟି ଦ୍ବାର ଦେଇ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ତେବେ ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାରରେ ଶ୍ରଦ୍ଧାଳୁ ପ୍ରସ୍ଥାନ କରିପାରିବେ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ କଟକଣା ଜାରି ହୋଇଛି।

ସୂଚନାରୁ ପ୍ରକାଶ, ପୂର୍ବ ସରକାର ଗୋଟିଏ ଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ ଅନୁମତି ଦେଇଥିଲେ। ଯେଉଁଥିପାଇଁ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଦୀର୍ଘ ସମୟ ଧରି ଧାଡ଼ିରେ ଛିଡ଼ା ହେବାକୁ ପଡ଼ୁଥିଲା। ଯାହାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ନୂଆ ସରକାର ଆସିବା ପରେ ଶ୍ରୀମନ୍ଦିର ଚାରି ଦ୍ୱାର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲି ଦେଇଥିଲେ। ଏବେ ପୁଣି ପୂର୍ବ ସରକାର ପରି କାର୍ତ୍ତିକ ମାସର ବାହାନା କରି ଦୁଇ ଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ପାଇଁ ଅନୁମତି ଦେଉଛନ୍ତି।

Leave A Reply

Your email address will not be published.