ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ପାଇଁ କଟକଣା

0

ପୁରୀ: ଶ୍ରୀମନ୍ଦିରରେ କାର୍ତ୍ତିକ ମାସରେ ଶୃଙ୍ଖଳିତ ଦର୍ଶନ ପାଇଁ ଆସନ୍ତା ୧୮ ତାରିଖ ଠାରୁ କେବଳ ୨ଟି ଦ୍ବାର ଦେଇ ଭକ୍ତମାନେ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ସିଂହଦ୍ୱାର ଓ ପଶ୍ଚିମ ଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ତେବେ ସିଂହଦ୍ୱାର ବ୍ୟତୀତ ଅନ୍ୟ ୩ ଦ୍ୱାରରେ ଶ୍ରଦ୍ଧାଳୁ ପ୍ରସ୍ଥାନ କରିପାରିବେ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ କଟକଣା ଜାରି ହୋଇଛି।

ସୂଚନାରୁ ପ୍ରକାଶ, ପୂର୍ବ ସରକାର ଗୋଟିଏ ଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ ଅନୁମତି ଦେଇଥିଲେ। ଯେଉଁଥିପାଇଁ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଶ୍ରଦ୍ଧାଳୁମାନଙ୍କୁ ଦୀର୍ଘ ସମୟ ଧରି ଧାଡ଼ିରେ ଛିଡ଼ା ହେବାକୁ ପଡ଼ୁଥିଲା। ଯାହାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ନୂଆ ସରକାର ଆସିବା ପରେ ଶ୍ରୀମନ୍ଦିର ଚାରି ଦ୍ୱାର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲି ଦେଇଥିଲେ। ଏବେ ପୁଣି ପୂର୍ବ ସରକାର ପରି କାର୍ତ୍ତିକ ମାସର ବାହାନା କରି ଦୁଇ ଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ପାଇଁ ଅନୁମତି ଦେଉଛନ୍ତି।

Leave A Reply

Your email address will not be published.