ପ୍ରମୁଖ ଖବର

ପୁତୁରାଙ୍କୁ ପୁଣି ବିଦା କଲେ ମାୟାବତୀ, ଦଳର ଜାତୀୟ ସଂଯୋଜକ ପଦବିରୁ ବିଦା ହେଲେ ଆକାଶ ଆନନ୍ଦ
ରୋହିତ ଶର୍ମାଙ୍କୁ ‘ମୋଟା’ କହି ଫସିଲେ କଂଗ୍ରେସ ନେତ୍ରୀ ଶମା ମହମ୍ମଦ
ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ କରି କ୍ଷମା ମାଗିଲେ ବିଦେଶିନୀ ଓ ଷ୍ଟୁଡିଓ ମାଲିକ
ଗିରଫ ହେଲେ ଆଇଆଇଟି ବାବା ଅଭୟ ସିଂ,ପାଖରୁ ମିଳିଲା ଗଞ୍ଜେଇ
ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଏସଡି ହେଲେ କୌଶିକ ପଟ୍ଟନାୟକ
ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍‌ଲାଇନ
ହାଇଓ୍ୱେ କଡରେ ରହିବନି ମଦ ଦୋକାନ । ଇ-ରିକ୍ସା ଡ୍ରାଇଭରଙ୍କ ଯାଞ୍ଚ ଜରୁରୀ । ଯୋଗୀ ଜାରି କଲେ ନୂଆ ଆଦେଶ
ଅନାସ୍ଥାଭୋଟରେ ପଦ ହରାଇଲେ ଝାରସୁଗୁଡ଼ା ବ୍ରଜରାଜନଗର ପୌରାଧ୍ୟକ୍ଷା
ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଦିଆଯାଉଥିବା ଅଣ୍ଡା ଦାମ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି ହୋଇଛି

ଶ୍ରୀମନ୍ଦିରରେ ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ

0

ପୁରୀ: ଅସୁରକ୍ଷିତ ହୋଇ ପଡିଛି ନିଳାଚଳଧାମ ପୁରୀ। କିଛି ଦିନ ବ୍ୟବଧାନରେ ପୁଣି ସହରରେ ବୁଲିଲା ଭୁଜାଲି। ପୁରୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କ ଦେଖିବାକୁ ମିଳିଛି। ଆଜି ସନ୍ଧ୍ୟାରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜରବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।

କୌଣସି ଘଟଣାକୁ ନେଇ କିଛି ଦୁର୍ବୃତ୍ତ ଆଜି ଅପରାହ୍ନରେ ଶ୍ରୀମନ୍ଦିର ପଶ୍ଚିମଦ୍ଵାର ନିକଟରେ ବକ୍ସିଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆକ୍ରମଣରେ ପ୍ରତିହାରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ପୋଲିସ ଅନୁମାନ କରୁଛି।

ରାବିଡ଼ି ବିକ୍ରିକୁ କେନ୍ଦ୍ର କରି ଏହି ଆକ୍ରମଣ କରାଯାଇଥିବା ଶୁଣିବାକୁ ମିଳିଛି। ଖବରପାଇ ପୋଲିସ ତନାଘନା ଆରମ୍ଭ କରିଛି । କିଏ ରାବିଡ଼ି ବିକିବ, ଏହାକୁ ନେଇ ଗତ କିଛିଦିନ ଧରି ବଚସା ଲାଗି ରହିଥିଲା। କେବଳ ଯେଉଁମାନଙ୍କୁ ଅନୁମତି ମିଳିଛି, ସେମାନେ ହିଁ ବିକ୍ରି କରିବେ ବୋଲି କୁହାଯାଇଛି । ତଥାପି କିଛି ସେବାୟତ ଏହାକୁ ମାନୁନଥିବା ଜଣା ପଡ଼ିଛି। ଫଳରେ ରାବିଡ଼ି ବିକ୍ରିକୁ ନେଇ ଏହି ହଣାକଟା ହୋଇଛି ବୋଲି ପ୍ରାଥମିକ ଭାବେ ଜଣାପଡ଼ିଛି।

ଆକ୍ରମଣର ଶିକାର ହୋଇଥିବା ପ୍ରତିହାରୀ କହିଛନ୍ତି, ଶ୍ରୀମନ୍ଦିର ଆନନ୍ଦ ବଜାରରେ ଅଣସେବାୟତଙ୍କ ପ୍ରବେଶ ଓ ବାହାର ଜିନିଷ ବିକ୍ରି ଉପରେ କଟକଣା ଲାଗୁ କରାଯାଇଛି। ଫଳରେ ଆନନ୍ଦ ବଜାରରେ ବସି ରାବିଡ଼ି ଏବଂ ଅନ୍ୟାନ୍ୟ ଜିନିଷ ବିକ୍ରି କରୁଥିବା ବ୍ୟକ୍ତିମାନଙ୍କୁ ହଟାଇ ଦିଆଯାଇଥିଲା। ଆନନ୍ଦବଜାରରେ ରାବିଡ଼ି ବିକ୍ରି କରୁଥିବା ଜଣେ ବ୍ୟକ୍ତି ସେହି ରାଗ ରଖି ତାଙ୍କୁ ଆକ୍ରମଣ କରିଛନ୍ତି। ସେ ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ଜାଣି ନ ଥିଲେ ମଧ୍ୟ ତାଙ୍କ ଘର ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ଅଞ୍ଚଳରେ ବୋଲି ଜାଣିବାକୁ ପାଇଛନ୍ତି। ସନ୍ଧ୍ୟା ପ୍ରାୟ ୬ଟାରେ ସେ ପଶ୍ଚିମ ଦ୍ୱାର ନିକଟରେ ଗାଡ଼ି ରଖି ଶ୍ରୀମନ୍ଦିରକୁ ଆସୁଥିବା ବେଳେ ସମ୍ପୃକ୍ତ ବ୍ୟକ୍ତି ତାଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ ବୋଲି ପ୍ରତିହାରୀ କହିଛନ୍ତି। ଆକ୍ରମଣରେ ତାଙ୍କ ଡାହାଣ ହାତ ସମେତ ଶରୀରର କେତେକ ସ୍ଥାନରେ ଗୁରୁତର ଆଘାତ ଲାଗିଛି। ପୋଲିସ ଖବର ପାଇ ପ୍ରଥମେ ଘଟଣାସ୍ଥଳ ଓ ପରେ ମେଡିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.