ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ଶ୍ରୀମନ୍ଦିରରେ ସେବାୟତଙ୍କୁ ମରଣାନ୍ତକ ଆକ୍ରମଣ

0

ପୁରୀ: ଅସୁରକ୍ଷିତ ହୋଇ ପଡିଛି ନିଳାଚଳଧାମ ପୁରୀ। କିଛି ଦିନ ବ୍ୟବଧାନରେ ପୁଣି ସହରରେ ବୁଲିଲା ଭୁଜାଲି। ପୁରୀରେ ପୁଣି ଦୁର୍ବୃତ୍ତଙ୍କ ଆତଙ୍କ ଦେଖିବାକୁ ମିଳିଛି। ଆଜି ସନ୍ଧ୍ୟାରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜରବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି।

କୌଣସି ଘଟଣାକୁ ନେଇ କିଛି ଦୁର୍ବୃତ୍ତ ଆଜି ଅପରାହ୍ନରେ ଶ୍ରୀମନ୍ଦିର ପଶ୍ଚିମଦ୍ଵାର ନିକଟରେ ବକ୍ସିଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆକ୍ରମଣରେ ପ୍ରତିହାରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଏହି ଘଟଣା ଘଟିଥିବା ପୋଲିସ ଅନୁମାନ କରୁଛି।

ରାବିଡ଼ି ବିକ୍ରିକୁ କେନ୍ଦ୍ର କରି ଏହି ଆକ୍ରମଣ କରାଯାଇଥିବା ଶୁଣିବାକୁ ମିଳିଛି। ଖବରପାଇ ପୋଲିସ ତନାଘନା ଆରମ୍ଭ କରିଛି । କିଏ ରାବିଡ଼ି ବିକିବ, ଏହାକୁ ନେଇ ଗତ କିଛିଦିନ ଧରି ବଚସା ଲାଗି ରହିଥିଲା। କେବଳ ଯେଉଁମାନଙ୍କୁ ଅନୁମତି ମିଳିଛି, ସେମାନେ ହିଁ ବିକ୍ରି କରିବେ ବୋଲି କୁହାଯାଇଛି । ତଥାପି କିଛି ସେବାୟତ ଏହାକୁ ମାନୁନଥିବା ଜଣା ପଡ଼ିଛି। ଫଳରେ ରାବିଡ଼ି ବିକ୍ରିକୁ ନେଇ ଏହି ହଣାକଟା ହୋଇଛି ବୋଲି ପ୍ରାଥମିକ ଭାବେ ଜଣାପଡ଼ିଛି।

ଆକ୍ରମଣର ଶିକାର ହୋଇଥିବା ପ୍ରତିହାରୀ କହିଛନ୍ତି, ଶ୍ରୀମନ୍ଦିର ଆନନ୍ଦ ବଜାରରେ ଅଣସେବାୟତଙ୍କ ପ୍ରବେଶ ଓ ବାହାର ଜିନିଷ ବିକ୍ରି ଉପରେ କଟକଣା ଲାଗୁ କରାଯାଇଛି। ଫଳରେ ଆନନ୍ଦ ବଜାରରେ ବସି ରାବିଡ଼ି ଏବଂ ଅନ୍ୟାନ୍ୟ ଜିନିଷ ବିକ୍ରି କରୁଥିବା ବ୍ୟକ୍ତିମାନଙ୍କୁ ହଟାଇ ଦିଆଯାଇଥିଲା। ଆନନ୍ଦବଜାରରେ ରାବିଡ଼ି ବିକ୍ରି କରୁଥିବା ଜଣେ ବ୍ୟକ୍ତି ସେହି ରାଗ ରଖି ତାଙ୍କୁ ଆକ୍ରମଣ କରିଛନ୍ତି। ସେ ସମ୍ପୃକ୍ତ ବ୍ୟକ୍ତିଙ୍କ ନାମ ଜାଣି ନ ଥିଲେ ମଧ୍ୟ ତାଙ୍କ ଘର ଶ୍ରୀମନ୍ଦିର ପଶ୍ଚିମ ଦ୍ୱାର ଅଞ୍ଚଳରେ ବୋଲି ଜାଣିବାକୁ ପାଇଛନ୍ତି। ସନ୍ଧ୍ୟା ପ୍ରାୟ ୬ଟାରେ ସେ ପଶ୍ଚିମ ଦ୍ୱାର ନିକଟରେ ଗାଡ଼ି ରଖି ଶ୍ରୀମନ୍ଦିରକୁ ଆସୁଥିବା ବେଳେ ସମ୍ପୃକ୍ତ ବ୍ୟକ୍ତି ତାଙ୍କୁ ଭୁଜାଲିରେ ଆକ୍ରମଣ କରିଥିଲେ ବୋଲି ପ୍ରତିହାରୀ କହିଛନ୍ତି। ଆକ୍ରମଣରେ ତାଙ୍କ ଡାହାଣ ହାତ ସମେତ ଶରୀରର କେତେକ ସ୍ଥାନରେ ଗୁରୁତର ଆଘାତ ଲାଗିଛି। ପୋଲିସ ଖବର ପାଇ ପ୍ରଥମେ ଘଟଣାସ୍ଥଳ ଓ ପରେ ମେଡିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.