ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଝାରପଡ଼ା ଜେଲ୍‌ରେ ବିଚାରାଧୀନ କଏଦୀ ମୃତ

0

ଭୁବନେଶ୍ୱର: ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଶୁକ୍ରବାର ଜେଲ୍‌ରେ ଜଣେ ବିଚାରାଧୀନ କଏଦୀର ମୃତ୍ୟୁ ଘଟିଛି। ହେଲେ ପରିବାର ଲୋକେ ଅଭିଯୋଗ କରିଛନ୍ତି କି ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଛି। ମୃତ କଏଦୀ ଜଣକ ହେଲେ ବିଦ୍ୟାଧର ଗୁରୁ।

ମିଳିଥିବା ସୂଚନା ମୁତାବକ, ବିଦ୍ୟାଧର ଗତ ୫ ତାରିଖରେ ଗିରଫ ହୋଇ ବିଚାରାଧୀନ ବନ୍ଦୀ ଭାବେ ଝାରପଡ଼ା ଜେଲ୍‌ରେ ଥିଲେ। ହେଲେ ଜେଲ୍‌ କର୍ତ୍ତୃପକ୍ଷ ଶୁକ୍ରବାର ପରିବାର ଲୋକଙ୍କୁ ହସ୍ପିଟାଲ ଡାକି ବିଦ୍ୟାଧରଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦେଇଥିବା ପରିବାର ଲୋକେ ଗଣମାଧ୍ୟମକୁ କହିଛନ୍ତି। ଅନ୍ୟପକ୍ଷେ କେଉଁ ପରିସ୍ଥିତିରେ ବିଦ୍ୟାଧରଙ୍କ ମୃତ୍ୟୁ ଘଟିଲା ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ପରିବାର ଲୋକେ ଦାବି କରିଛନ୍ତି। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଥିବା ସୂଚନା ମିଳିଛି।

Leave A Reply

Your email address will not be published.