ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାମ

0

ଭୁବନେଶ୍ବର: ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାମ। ନୂଆ ନାମ ହେବ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ।ପୁଣି ନବୀନଙ୍କ ଆଉ ଏକ ଛାପ ବଦଳିବାକୁ ଯାଉଛି। ପୂର୍ବ ସରକାରର ବହୁ ଚର୍ଚ୍ଚିତ ଯୋଜନା ‘ଆମ ଓଡିଶା, ନବୀନ ଓଡିଶା’ର ନାଁ ବଦଳିବାକୁ ଯାଉଛି। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ।

ଏହାକୁ ନେଇ ମନ୍ତ୍ରୀ କହିଛନ୍ତି, ‘ଆମ ଓଡିଶା, ନବୀନ ଓଡିଶା’ ନାଁ ବଦଳିବ। ଏହାର ପରିବର୍ତ୍ତେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ନାଁ ରହିବ। ଏଥିପାଇଁ ସରକାର ୨ ଦିନ ଭିତରେ ଗାଇଡ୍‌ଲାଇନ୍ ଆଣୁଛନ୍ତି। ଏଥିସହିତ ଗାଁ ଏବଂ ପଞ୍ଚାୟତମାନଙ୍କରେ ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ। ପଞ୍ଚାୟତ ପ୍ରତିନିଧିଙ୍କୁ କ୍ଷମତା ମିଳିବ। ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ଅଧିନରେ କୌଣସି କାମ ଆରମ୍ଭ ହେବା ପୂର୍ବରୁ ଲୋକଙ୍କ ପ୍ରସ୍ତାବ ଅନୁସାରେ ଗାଁର ବିକାଶ ହେବ ବୋଲି ମତ ରଖିଛନ୍ତି ମନ୍ତ୍ରୀ।

Leave A Reply

Your email address will not be published.