ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ମହାରାଷ୍ଟ୍ର ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା

0

ମହାରାଷ୍ଟ୍ର: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ରବିବାର ପ୍ରାର୍ଥୀ ତାଲିକା ଜାରି କରିଛି ଭାରତୀୟ ଜନତା ପାର୍ଟି। ରାଜ୍ୟରେ ୩ ଦଳ ମଧ୍ୟରେ ସିଟ ଶେୟାରିଂ ଫର୍ମୁଲା ଚୂଡ଼ାନ୍ତ ହେବା ପରେ ଆଜି ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିରେ ୯୯ ଜଣଙ୍କୁ ଦଳ ପକ୍ଷରୁ ନିର୍ବାଚନ ଲଢ଼ିବାକୁ ଟିକେଟ ଦିଆଯାଇଛି।
ଏହି ତାଲିକାରେ ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଓ ବିଜେପି ରାଜ୍ୟ ସଭାପତି ଚନ୍ଦ୍ରଶେଖର ବାୱନକୁଲେଙ୍କ ନାଁ ମଧ୍ୟ ରହିଛି। ସେହିପରି ରାମ କଦମ, ଶ୍ୱେତା ମାହାଲେ ପାଟିଲ, ଶ୍ରୀଜୟା ଅଶୋକ ଚୌହାନ ଓ ନୀତୀଶ ରାଣେଙ୍କ ଭଳି ଅଗଧାଡ଼ିର ନେତାମାନଙ୍କ ନାମ ମଧ୍ୟ ଏଥିରେ ରହିଛି। ନାଗପୁର ଦକ୍ଷିଣ ପଶ୍ଚିମ ଆସନ ୨୦୦୯ରେ ସୃଷ୍ଟି ହୋଇଥିଲା, ସେବେଠାରୁ କେବଳ ଦେବେନ୍ଦ୍ର ହିଁ ଏଠାରେ ନିର୍ବାଚନରେ ବିଜୟୀ ହୋଇଥିଲେ। ଭାଜପା ରାଜ୍ୟ ସଭାପତି ଚନ୍ଦ୍ରଶେଖର ବାଓ୍ବନକୁଲେ କାମାଥିରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚାଭନଙ୍କ ଝିଅ ଶ୍ରୀଜୟା ଅଶୋକ ଚାଭନଙ୍କୁ ଭୋକରରୁ ଟିକେଟ୍‌ ଦିଆଯାଇଛି। ଏହି ଆସନକୁ ଅଶୋକ ଚାଭନ ମଧ୍ୟ ପ୍ରତିନିଧିତ୍ୱ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ମହାରାଷ୍ଟ୍ରର ମୋଟ ୨୮୮ଟି ବିଧାନସଭା ସିଟ ପାଇଁ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବ। ନଭେମ୍ବର ୨୦ରେ ମତଦାନ ଏବଂ ୨୩ ତାରିଖରେ ଭୋଟ ଗଣତି ହେବ।


Leave A Reply

Your email address will not be published.