ପ୍ରମୁଖ ଖବର

ରାଜ୍ୟ ମହିଳା କର୍ମଚାରୀମାନଙ୍କ ଅତିରିକ୍ତ ସାମୟିକ ଛୁଟି ଆଉ ୨ଦିନ ବଢ଼ିଲା
ବାତ୍ୟା ପାଇଁ ୨୩ରୁ ୨୫ କଲେଜ ଓ ବିଶ୍ୱବିଦ୍ୟାଳୟ ଛୁଟି
ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ
ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ
ନିର୍ଦୋଷ ସାବ୍ୟସ୍ତ ହେଲେ ସେବି ଅଧ୍ୟକ୍ଷ ମାଧବୀ ବୁଚ
ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ
ସମ୍ଭାବ୍ୟ ବାତ୍ୟା: ୧୪ ଜିଲ୍ଲାରେ ବନ୍ଦ ରହିବ ସବୁ ଐତିହ୍ୟ ସ୍ଥଳୀ
ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ନନ୍ଦନକାନନ କର୍ତ୍ତୃପକ୍ଷ ଆଗୁଆ ସଜାଗ
ବୈତରଣୀ ବେସିନ୍ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କଡ଼ା ଚେତାବନୀ

0

ଭୁବନେଶ୍ବର: ଆସନ୍ତା ୨୩ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ବାତ୍ୟା ‘ଦାନା’। ତେବେ ବାତ୍ୟା ନେଇ ଆଇଏମଡିର ଆକଳନ ପରେ ଏବେ ଲୋକଙ୍କ ମନରେ ଛନକା ପଶିଥିବା ବେଳେ ଏହାର ଫାଇଦା ଉଠାଇ କିଛି ଅସାଧୁ ବ୍ୟବସାୟୀ ବିଭିନ୍ନ ଆବଶ୍ୟକୀୟ ସାମଗ୍ରୀକୁ ଚଢା ଦରରେ ବିକ୍ରି କରିପାରନ୍ତି। ଯାହାକୁ ନେଇ ସତର୍କ କରାଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ସତର୍କ ରହିଛନ୍ତି।

କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କଡ଼ା ଚେତାବନୀ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ଦେଖି ଅସାଧୁ ବ୍ୟବସାୟୀ କଳାବଜାର କଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ ତାଗିଦ୍‌ କରିଛନ୍ତି। ଏପରିକି ଖାଦ୍ୟ ସାମଗ୍ରୀ ମହଜୁଦ ସ୍ଥାନ ଉପରେ ନଜର ରଖିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ନ ବାତ୍ୟା ପାଇଁ ଯେପରି କଳାବଜାର ନ ହୁଏ ସତର୍କ ରହିବାକୁ ମନ୍ତ୍ରୀ ଜନସାଧାଣଙ୍କୁ ପରାମର୍ଶ ଦେଇଛନ୍ତି।

ବଙ୍ଗୋପସାଗରରେ ବାତ୍ୟା ନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ରବିବାର ସ୍ପଷ୍ଟ ସୂଚନା ଦେଇଛନ୍ତି। ୨୩ ତାରିଖରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହୋଇ ୨୪ ତାରିଖରେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ ବୋଲି ଆଇଏମ୍‌ଡି ଡିଜି ଆକଳନ କରିଛନ୍ତି। ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫ ତାରିଖରେ ବର୍ଷା ଅଧିକ ହେବ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି। ଏପରିକି ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ମୃତ୍ୟୁଞ୍ଜୟ ପ୍ରକାଶ କରିଛନ୍ତି।

Leave A Reply

Your email address will not be published.