ପ୍ରମୁଖ ଖବର

ଯନ୍ତରମନ୍ତର ବିବାଦରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ, କେନ୍ଦ୍ର ଓ ଦିଲ୍ଲୀ ପୁଲିସକୁ ନୋଟିସ୍‌
ନଭେମ୍ବର ୧ରୁ କଲର ଆଇଡି ବାଧ୍ୟତାମୂଳକ, ଅଜଣା ନମ୍ବରରୁ କଲ୍‌ ଆସିଲେ ବି ଦେଖାଯିବ ନାଁ
ପାକିସ୍ତାନରେ ହୃଦୟବିଦାରକ ଦୁର୍ଘଟଣା: ସ୍କୁଲ୍‌ ଛାତ ଭୁଶୁଡ଼ି ୨୯ ମୃତ
କାଉଣ୍ଟର ଟିକେଟ୍‌ରେ ବୀମା ବାଧ୍ୟତାମୂଳକ, ରେଳବାଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଅଟୋକୁ ପିଟିଲା ବସ୍‌, ୧୨ ମୃତ

0

ଧୌଲପୁର: ସକାଳୁ ସକାଳୁ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅଟୋକୁ ପିଟିଦେଲା ବସ୍‌। ଚାଲିଗଲା ୧୨ ଜଣଙ୍କ ଜୀବନ। ରାଜସ୍ଥାନର ଧୌଲପୁରରେ ଘଟିଛି ଏହି ଦୁର୍ଘଟଣା । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଛି ପୋଲିସ । ସମସ୍ତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ସୂଚନା ଅନୁସାରେ, ବରୌଲି ଗାଁରେ ଏକ କାର୍ଯ୍ୟକ୍ରମରେ ସାମିଲ ହୋଇ ଏକ ଅଟୋରେ ଘରକୁ ଫେରୁଥିବା ବେଳେ କରୌଲି-ଧୌଲପୁର ଜାତୀୟ ରାଜପଥର ଏନ୍‌ଏଚ୍‌-୧୧(ବି) ସ୍ଥିତ ସୁନିପୁର ଗାଁ ନିକଟରେ ଏକ ଏକ ସ୍ଲିପର କୋଚ୍‌ ବସ୍‌ ଦ୍ରୁତ ଗତିରେ ଆସି ଅଟୋକୁ ପଛରୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ମୃତକଙ୍କ ମଧ୍ୟରେ ୯ ଜଣ ଛୋଟ ପିଲା, ଦୁଇ ଜଣ ମହିଳା ଓ ଜଣେ ପୁରୁଷ ଥିବା ନେଇ ସୂଚନା ମିଳିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.