ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା

0

ଭୁବନେଶ୍ବର; ବଙ୍ଗୋପସାଗରରେ ବାତ୍ୟା ନେଇ ରବିବାର ସ୍ପଷ୍ଟ କରିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ସତର୍କ ସୂଚନା । ସମ୍ଭାବ୍ୟ ବାତ୍ୟା ଅକ୍ଟୋବର ୨୪ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି ।

ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫ ତାରିଖରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ମୃତ୍ୟୁଞ୍ଜୟ କହିଛନ୍ତି।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ( ଆଇଏମଡି) ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରେ ଏହା ଲଘୁଚାପରେ ପରିଣତ ହୋଇ ୨୨ରେ ଅବପାତ ରୂପ ନେବ। ୨୩ରେ ଏହା ସମ୍ଭାବ୍ୟ ବାତ୍ୟାରେ ପରିଣତ ହେବ। ପରେ ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ। ତେବେ ଏହି ସମ୍ଭାବ୍ୟ ବାତ୍ୟାଟି କେଉଁଠି ସ୍ଥଳ ଭାଗ ଛୁଇଁବ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ।

Leave A Reply

Your email address will not be published.