ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା

0

ଭୁବନେଶ୍ବର; ବଙ୍ଗୋପସାଗରରେ ବାତ୍ୟା ନେଇ ରବିବାର ସ୍ପଷ୍ଟ କରିଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ସତର୍କ ସୂଚନା । ସମ୍ଭାବ୍ୟ ବାତ୍ୟା ଅକ୍ଟୋବର ୨୪ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା ରହିଛି ।

ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫ ତାରିଖରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ମୃତ୍ୟୁଞ୍ଜୟ କହିଛନ୍ତି।

ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ( ଆଇଏମଡି) ପକ୍ଷରୁ ଟ୍ୱିଟ୍‌ କରି ଏହି ସୂଚନା ଦିଆଯାଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରେ ଏହା ଲଘୁଚାପରେ ପରିଣତ ହୋଇ ୨୨ରେ ଅବପାତ ରୂପ ନେବ। ୨୩ରେ ଏହା ସମ୍ଭାବ୍ୟ ବାତ୍ୟାରେ ପରିଣତ ହେବ। ପରେ ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ। ତେବେ ଏହି ସମ୍ଭାବ୍ୟ ବାତ୍ୟାଟି କେଉଁଠି ସ୍ଥଳ ଭାଗ ଛୁଇଁବ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ।

Leave A Reply

Your email address will not be published.