ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ବାତ୍ୟା ପାଇଁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

0

ଭୁବନେଶ୍ବର: ବାତ୍ୟା ‘ଦାନା’କୁ ନେଇ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି। ବାତ୍ୟା ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ଏଥିରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ପାଇଁ ନିଷ୍ପତ୍ତି ହୋଇଥିଲା। ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ଏବଂ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ବୈଠକ ପରେ ଏସଆର୍‌ସି ଦେଓ ରଞ୍ଜନ ସିଂହ କହିଥିଲେ ସମ୍ଭାବ୍ୟ ଘୂର୍ଣ୍ଣିବଳୟକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି।

ଅନ୍ୟପକ୍ଷେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ବଢି଼ବା ଆଶଙ୍କା ଥିବାରୁ ଏହା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ତେବେ ରାଜସ୍ବ ମନ୍ତ୍ରୀ କହିଛନ୍ତି, ସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଲୋକେ ଅଯଥାରେ ଭୟଭୀତ ହୁଅନ୍ତୁ ନାହିଁ। ସମ୍ଭାବ୍ୟ ବାତ୍ୟାକୁ ସରକାରୀ ସ୍ତରରେ ତତ୍ପରତା ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତିଆରମ୍ଭ ହୋଇଛି। ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି।

ବାତ୍ୟା ମୁକାବିଲା ପାଇଁ ଜିଲା ସ୍ତରରେ ଆଗୁଆ ସତର୍କତା କରାଯାଇଛି। ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅଯଥାରେ ଭୟଭୀତ ନ ହେବା ପାଇଁ ଲୋକଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି। ବିଶେଷ କରି ଉପକୂଳ ଜିଲା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲାକୁ ଆଲର୍ଟ ମୋଡ଼ରେ ରଖାଯାଇଛି। ବାତ୍ୟା ଆଶ୍ରୟସ୍ଥଳୀ ଗୁଡ଼ିକୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି।

Leave A Reply

Your email address will not be published.