ପ୍ରମୁଖ ଖବର

କାଲିଠୁ କ୍ଷୟକ୍ଷତି ଆକଳନ କରାଯିବ: ମନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ସିଟି-ଜିଏସ୍‌ଟି ଅଧିକାରୀ
ଏସଆଇ ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ଟ୍ରକ୍‌ ପଛରେ ପିଟି ହେଲା ବସ୍, ଡ୍ରାଇଭର ଓ ହେଲ୍‌ପର ମୃତ
ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ରାଉରକେଲା-ରାଞ୍ଚି ସେକ୍ସନରେ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯୁକ୍ତ ୨ ଫର୍ମ ପୂରଣ ପାଇଁ ଘୁଞ୍ଚିଲା ତାରିଖ

ବାତ୍ୟାକୁ ନେଇ ଆତଙ୍କିତ ନ ହୋଇ ସତର୍କ ତଥା ପ୍ରସ୍ତୁତ ରୁହନ୍ତୁ : ଉପମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଆସନ୍ତାକାଲି ଏହା ଅବପାତ ରୂପ ନେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବିପର୍ଯ୍ୟୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଶ୍ରୀ ସିଂହଦେଓ ସମସ୍ତ ଅଧିକାରୀଙ୍କୁ ଆତଙ୍କିତ ନ ହୋଇ ସତର୍କ ତଥା ପ୍ରସ୍ତୁତ ରହିବା ଏବଂ ବାତ୍ୟା ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିବା ପାଇଁ ପରାମର୍ଶ ଦେଇଛନ୍ତି । ଯେକୌଣସି ପ୍ରକାର ସମସ୍ୟା ଆସିଲେ ମଧ୍ୟ ତାହାର ମୁକାବିଲା କରିବା ପାଇଁ ପ୍ରଶାସନ ପ୍ରସ୍ତୁତ ଅଛି।

ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଜନସାଧାରଣଙ୍କୁ ସହାୟତା ଯୋଗାଇ ଦେବା ପାଇଁ କୃଷି ଭବନ ତଥା ସମସ୍ତ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ କାର୍ଯ୍ୟ କରିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ପରିପ୍ରେକ୍ଷୀରେ ସମସ୍ତ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ଅକ୍ଟୋବର ୨୫ ତାରିଖ ପର୍ଯ୍ୟନ୍ତ ସମସ୍ତ ଅଧିକାରୀଙ୍କୁ ଛୁଟି ନ ନେବାକୁ ପରାମର୍ଶ ଦେଇଥିବାବେଳେ ଫସଲ ସମ୍ବନ୍ଧୀୟ ଯେକୌଣସି ପରାମର୍ଶ ପାଇଁ ଚାଷୀମାନେ କୃଷକ ସମୃଦ୍ଧ ହେଲ୍ପଲାଇନ (୧୫୫୩୩୩) ଏବଂ ସୋସିଆଲ ମିଡ଼ିଆର ସହାୟତା ନେବା ପାଇଁ କହିଛନ୍ତି।

Leave A Reply

Your email address will not be published.