ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

0

ଭୁବନେଶ୍ବର: ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା। ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ ରାଜ୍ୟ ସରକାର। ସୋମବାର ରାଜ୍ୟ ସରକାର ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜୁଲାଇ ପହିଲା ୨୦୨୪ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ୭ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ।

Leave A Reply

Your email address will not be published.