ପ୍ରମୁଖ ଖବର

ଭୁବନେଶ୍ୱର ମାର୍କେଟ ବିଲ୍ଡିଂରେ ଭୟଙ୍କର ଅଗ୍ନିକାଣ୍ଡ, ୧୫ରୁ ଅଧିକ ଦୋକାନ ପୋଡି ପାଉଁଶ
ଖଣ୍ଡଗିରି ଡବଲ ମର୍ଡରର ପର୍ଦ୍ଦାଫାଶ: ଦୁଇ ନାବାଳକ ଅଭିଯୁକ୍ତ ଅଟକ
୩ ବର୍ଷର ଶିଶୁକୁ ଦୁଷ୍କର୍ମ ପରେ ହତ୍ୟା: ୬୫ ବର୍ଷୀୟ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡ
ଭାରତୀୟ ସ୍ଥଳସେନାର ନୂଆ ମୁଖ୍ୟ ହେଲେ ଲେଫ୍ଟନାଣ୍ଟ ଜେନେରାଲ୍ ଧୀରଜ ସେଠ୍
ଦିଲ୍ଲୀରେ ଇଭିକୁ ବଡ଼ ପ୍ରୋତ୍ସାହନ, ୨୦୨୮ରୁ ବନ୍ଦ ହେବ ପେଟ୍ରୋଲ ଦୁଇଚକିଆ ପଞ୍ଜୀକରଣ

ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

0

ଭୁବନେଶ୍ବର: ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା। ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି ଦେଲେ ରାଜ୍ୟ ସରକାର। ସୋମବାର ରାଜ୍ୟ ସରକାର ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜୁଲାଇ ପହିଲା ୨୦୨୪ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ୭ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ।

Leave A Reply

Your email address will not be published.