ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଫୋନରେ ମିଛ ଧମକ ଏକ ‘ଧର୍ତ୍ତବ୍ୟ ଅପରାଧ’ : ବେସାମରିକ ଚଳାଚଳ ମନ୍ତ୍ରୀ

0

ନୂଆଦିଲ୍ଲୀ: ବାରମ୍ବାର ଭାରତୀୟ ବିମାନଗୁଡିକୁ ବୋମାରେ ଉଡାଇ ଦେବାକୁ ଧମକ ମିଳୁଥିବାରୁ ନେଇ ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଛନ୍ତି ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ। ଏପରି ଅପରାଧକୁ ରୋକିବା ପାଇଁ ଆଇନରେ ସଂଶୋଧନ ଆଣିବାକୁ ଆଲୋଚନା ଚାଲିଥିବା ସେ କହିଛନ୍ତି।

ବର୍ତ୍ତମାନ ସମୟରେ ଯେଉଁପରି ଭାବେ ବିମାନରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ୍‌‌ ଆସୁଛି ଏହା ସମ୍ବେଦନଶୀଳ ପରିସ୍ଥିତି ସୃଷ୍ଟି କରିଛି। ଏପରି କାର୍ଯ୍ୟକଳାପକୁ ‘ଧର୍ତ୍ତବ୍ୟ ଅପରାଧ’ ତାଲିକାରେ ରଖିବାକୁ ଆଲୋଚନା କରାଯାଉଛି। ଘଟଣାରେ ଯେଉଁମାନେ ଧରାପଡ଼ିବେ ସେମାନଙ୍କୁ ତୁରନ୍ତ ନୋ-ଫ୍ଲାଏ ଲିଷ୍ଟରେ ରଖାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏପରି ମିଛ କଲ ପାଇଁ ସାରା ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ବିମାନ କମ୍ପାନୀମାନେ ଆର୍ଥିକ ସମସ୍ୟା ସହ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

Leave A Reply

Your email address will not be published.