ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ, ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ି ପଳାନ୍ତୁ

0

ଭୁବନେଶ୍ବର; ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କାଲିସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ପରାମର୍ଶ। ଆଉ ଯେଉଁମାନେ ରହିବେ ସେମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ। ସେହିଭଳି ପୁରୀରେ ଥିବା ହବିଷ୍ୟାଳିଙ୍କ ପାଈଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ।

ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓ ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁ ସହିତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ଏମିତିକି ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି। ଏପଟେ ସରକାରଙ୍କ ପକ୍ଷରୁ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, ଭୟଭୀତ ହୁଅନ୍ତୁନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Leave A Reply

Your email address will not be published.