ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ, ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ି ପଳାନ୍ତୁ

0

ଭୁବନେଶ୍ବର; ବାତ୍ୟା ପହଞ୍ଚିବା ପୂର୍ବରୁ ପୁରୀ ଛାଡ଼ିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। କାଲିସୁଦ୍ଧା ପୁରୀ ଛାଡ଼ି ନିଜ ନିଜ ଘରକୁ ଫେରି ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୁରୀକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ରାଜ୍ୟ ସରକାରଙ୍କ ପରାମର୍ଶ। ଆଉ ଯେଉଁମାନେ ରହିବେ ସେମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ। ସେହିଭଳି ପୁରୀରେ ଥିବା ହବିଷ୍ୟାଳିଙ୍କ ପାଈଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ।

ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓ ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲ୍ଲାଗୁ ସହିତ କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ। ଏମିତିକି ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି। ଏପଟେ ସରକାରଙ୍କ ପକ୍ଷରୁ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, ଭୟଭୀତ ହୁଅନ୍ତୁନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Leave A Reply

Your email address will not be published.