ପ୍ରମୁଖ ଖବର

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ
ପ୍ରଥମଥର ପାଇଁ ଲାଲକିଲ୍ଲାରେ ଲାଗିବ କ୍ୟାମେରା, ୭ ବର୍ଷ ପରେ ମିଳିଲା ଅନୁମୋଦନ
ଭାରତର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ସୁରକ୍ଷାକର୍ମୀ-ମାଓବାଦୀ ଭିତରେ ଗୁଳିବିନିମୟ, ୨ ମାଓବାଦୀ ନିହତ
ଗୋ- ମାଫିଆଙ୍କ ଲିଙ୍କରେ ବିଭିନ୍ନ ଜିଲ୍ଲାରେ ରେଡ, ପୁଳାପୁଳା ଟଙ୍କା, ସୁନାଗହଣା ଜବତ

ବାତ୍ୟା ପାଇଁ ୧୭୮ଟି ଟ୍ରେନ ବାତିଲ

0

ନୂଆଦିଲ୍ଲୀ: ରେଲୱେର ବଡ ସୂଚନା। ବାତ୍ୟା ପାଇଁ ବ୍ୟାପକ ଟ୍ରେନ୍‌ ବାତିଲ ଘୋଷଣା କଲା ରେଲୱେ। ୨୩, ୨୪ ଏବଂ ୨୫ ମଧ୍ୟରେ ମୋଟ ୧୭୮ ଟ୍ରେନ ବାତିଲ ହୋଇଛି। ସେଥିମଧ୍ୟରୁ ଯିବା ଟ୍ରେନ ୮୫ ଏବଂ ଆସିବା ଟ୍ରେନ ୯୩ଟି ରହିଛି। ସେ ସବୁ ଟ୍ରେନ୍‌ ମଧ୍ୟରୁ ହାୱଡ଼ା-ସିକନ୍ଦରାବାଦ, ସାଲିମାର-ପୁରୀ, ନୂଆଦିଲ୍ଲୀ-ଭୁବନେଶ୍ବର ବାତିଲ ହୋଇଛି।

ସେହିପରି ହାୱଡ଼ା-ଭୁବନେଶ୍ୱର, ହାୱଡ଼ା-ପୁରୀ, ନୂଆଦିଲ୍ଲୀ-ପୁରୀ ବାତିଲ ହୋଇଛି।ଖଡ଼ଗପୁର-ଖୋର୍ଦ୍ଧା, ସମ୍ବଲପୁର-ପୁରୀ, ରାଉରକେଲା-ଭୁବନେଶ୍ବର ମଧ୍ୟ ବାତିଲ ହୋଇଛି। ସିକନ୍ଦରାବାଦ-ଭୁବନେଶ୍ୱର, ପୁଡୁଚେରୀ-ହାୱଡ଼ା, ପୁଡୁଚୋରୀ-ଭୁବନେଶ୍ୱର ଟ୍ରେନ୍‌ ମଧ୍ୟ ବାତିଲ ହୋଇଛି।

Leave A Reply

Your email address will not be published.