ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ଅସ୍ତ୍ରଶସ୍ତ୍ର କାରଖାନାରେ ବଡ଼ ଧରଣର ବିସ୍ଫୋରଣ ୨ମୃତ ,୧୨ ଆହତ

0

ଜବଲପୁର: ମଧ୍ୟପ୍ରଦେଶର ଜବଲପୁରରେ ଥିବା ଅସ୍ତ୍ରଶସ୍ତ୍ର କାରଖାନାରେ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ପ୍ରାୟ ୧୨ଜଣ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ଏଥିସହିତ ଜଣେ ନିଖୋଜ ଥିବା କୁହାଯାଉଛି। ବିସ୍ଫୋରଣ ଏତେ ବଡ ଥିଲା ଯେ ସମଗ୍ର କୋଠା ଭୁଶୁଡି ପଡିଛି। ଅନେକ କର୍ମଚାରୀ କୋଠାର ଭଗ୍ନାଂଶ ତଳେ ପୋତି ହୋଇଯାଇଥିବା ଆଶଙ୍କା କରାଯାଉଛି।

ସୂଚନା ଅନୁଯାୟୀ,, ଜବଲପୁରର କାରଖାନାରେ ସେତେବେଳେ ଏହି ବିସ୍ଫୋରଣ ଘଟିଥିଲା ​​ଯେତେବେଳେ ବୋମା ଭରିବା କାମ ଚାଲିଥିଲା। ବର୍ତ୍ତମାନ କାରଖାନା ପକ୍ଷରୁ କର୍ମଚାରୀଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଆରମ୍ଭ ହୋଇଛି। ଆହତମାନଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ଡାକ୍ତରଖାନା ନିଆଯାଉଥିବା ସାମ୍ନାକୁ ଆସିଛି।। ଉଦ୍ଧାରକାରୀ ଦଳ କୋଠାର ଭଗ୍ନାଂଶ ତଳେ ‌କିଛି କର୍ମଚାରୀ ପୋତି ହୋଇଯାଇଥିବା ଆଶଙ୍କା କରି ଖୋଜାଖୋଜି ଆରମ୍ଭ କରିଛନ୍ତି। ତେବେ କେଉଁ କାରଣରୁ କାରଖାନାରେ ବିସ୍ଫୋରଣ ଘଟିଲା ତାହା ଜଣାପଡ଼ିନାହିଁ।

Leave A Reply

Your email address will not be published.