ପ୍ରମୁଖ ଖବର

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ
ଡିସିପି ଅଫିସରେ ଆତ୍ମସମର୍ପଣ ପରେ ଗିରଫ ହେଲେ ଜଗନ୍ନାଥ ପ୍ରଧାନ
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ଵସ୍ତି
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କଟକ: ଡ୍ୟୁଟି ସାରି ଫେରିବା ବେଳେ ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

ଆସନ୍ତାକାଲି ବଙ୍ଗୋପସାଗର ରେ ସୃଷ୍ଟି ହେବ ବାତ୍ୟା

0

୨୪ ରେ ଉତ୍ତର ଓଡ଼ିଶା ଦେଇ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା
ଭୁବନେଶ୍ବର:ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ରେ ଅବପାତ ସୃଷ୍ଟି ହୋଇଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହେବା ସହ ଆଉ ଅଳ୍ପ କିଛି ଘଣ୍ଟା ମଧ୍ୟରେ ଗଭୀର ଅବପାତ ରେ ପରିଣତ ହେବ ଓ ଆସନ୍ତାକାଲି ସକାଳେ ଏହା ବାତ୍ୟା ରେ ପରିଣତ ହେବ। ପରେ ଉତ୍ତର ପଶ୍ଚିମ ଦିଗ ରେ ଅଗ୍ରସର ହୋଇ ୨୪ ତାରିଖ ସକାଳେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଏକ ଭୀଷଣ ବାତ୍ୟା ର ରୂପ ନେବ ଏବଂ ଓଡ଼ିଶା – ପଶ୍ଚିମବଙ୍ଗ ଉପକୂଳ ରେ ପହଞ୍ଚିବ। ୨୪ ରାତି ରେ ଏହା ଉତ୍ତର ଓଡ଼ିଶା ଦେଇ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି।

ପ୍ରଭାବ ରେ ଆସନ୍ତାକାଲି ଅପରାହ୍ନ ରୁ ଉପକୂଳ ଓଡ଼ିଶା ର କିଛି ଅଞ୍ଚଳ ରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ୨୪ -୨୫ ତାରିଖ ରେ ଉତ୍ତର ଉପକୂଳ ଓଡ଼ିଶା ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର,କଟକ, ମୟୂରଭଞ୍ଜ, ଯାଜପୁର, କେଉଁଝର ଜିଲ୍ଲାରେ ପ୍ରବଳ ବର୍ଷା ସହ କିଛି ଅଞ୍ଚଳ ରେ ଅତ୍ୟନ୍ତ ପ୍ରବଳ ବର୍ଷା (୨୦ସେମି +) ହୋଇପାରେ। ସେହିପରି ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସହ କିଛି ଅଞ୍ଚଳ ରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା (୧୨-୨୦ସେମି ) ସମ୍ଭାବନା ରହିଛି। ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶାର ଅନେକ ଅଞ୍ଚଳ ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ପବନ – ଓଡ଼ିଶା ଉପକୂଳ ରେ ୨୩ ତାରିଖ ସନ୍ଧ୍ୟା ପରେ ୪୦-୫୦କିମି/ ଘଣ୍ଟା ପବନ ବହିବାର ସମ୍ଭାବନା ରହିଛି ଏହାପରେ ୨୪ ସନ୍ଧ୍ୟା ରୁ ଉତ୍ତର ଓଡ଼ିଶା ଉପକୂଳ ରେ ପବନ ର ବେଗ ୯୦-୧୦୦କିମି/ ଘଣ୍ଟା ରହିବାର ସମ୍ଭାବନା ରହିଛି ଓ ୨୫ ତାରିଖ ସକାଳ ପରେ ପବନ ର ବେଗ ହ୍ରାସ ପାଇବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ ତେଣୁ ୨୬ ତାରିଖ ଯାଏଁ ସମୁଦ୍ର କୁ ଯିବା ମନା।

ଅଧ୍ୟାପକ- ସାର୍ଥକ ମିଶ୍ର

Leave A Reply

Your email address will not be published.