ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଲାଞ୍ଚ ନେଇ ନିଲମ୍ବିତ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜ

0

ବରଗଡ଼: ନିଲମ୍ବିତ ହେଲେ କଂସ ମହାରାଜ। ସରକାରୀ ଚାକିରିରୁ ନିଲମ୍ବନ ହେଲେ ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଶ ଭୋଇ। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗରେ ମହାପ୍ରୟାଣ ଗାଡ଼ିର ଡ୍ରାଇଭର ଭାବେ କାର୍ଯ୍ୟ କରୁଥିବା ହୃଷିକେଶ ଲାଞ୍ଚ ନେବା ଅଭିଯୋଗରେ ତାଙ୍କୁ ଚାକିରିରୁ ନିଲମ୍ବିତ କରିଛି ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ।

ଖବର ମୁତାବକ, ଗାଇସିଲାଟ ବ୍ଲକର ବଡ ସାହାଜବାହାଲ ଗ୍ରାମର ଜଣେ ମୃତକଙ୍କ ମୃତଦେହ ମହାପ୍ରୟାଣ ଗାଡିରେ ନେବା ବାବଦକୁ ପରିବାର ଠାରୁ ୩୦୦୦ ଟଙ୍କା ମାଗିଥିଲେ। ଏନେଇ ମୃତକଙ୍କ ପରିବାର ପକ୍ଷରୁ ଉପଯୁକ୍ତ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା ।
ହୃଷିକେଶଙ୍କ ବିରୋଧରେ ଆସିଥିବା ଅଭିଯୋଗ ସଂପର୍କରେ ତଦନ୍ତ କରି ଏହା ସତ ବୋଲି ଜାଣିବାକୁ ପାଇଥିଲେ ବରଗଡ଼ ସିଡିଏମ୍ଓ । ଏହା ପରେ ତାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି।
ତେବେ ଏଠି ସାଧାରଣରେ ପ୍ରଶ୍ନ ଉଠୁଛିଯେ, ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରି ସାରା ରାଜ୍ୟରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ହୃଷିକେଶଙ୍କୁ ପୁଣି କଣ ଧନୁଯାତ୍ରା ମହୋତ୍ସବରେ କଂସ ଅଭିନୟର ସୁଯୋଗ ମିଳିବ କି ନାହିଁ।

Leave A Reply

Your email address will not be published.