ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ବାତ୍ୟା ‘ଦାନା’ ପାଇଁ ଘୁଞ୍ଚିଲା ଏନ୍‌ଆର୍‌ଟିଏସ୍‌ ଓ ପ୍ରାଥମିକ ବୃତ୍ତି ପରୀକ୍ଷା

0

ଭୁବନେଶ୍ବର; ବାତ୍ୟା ‘ଦାନା’କୁ ନେଇ ଛାତ୍ରୀଛାତ୍ରଙ୍କ ଏନ୍‌ଆର୍‌ଟିଏସ୍‌ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷାକୁ ସରକାର ଘୁଞ୍ଚାଇ ଦେଇଛନ୍ତି। ଏହି ପରୀକ୍ଷା ୨୩ ଏବଂ ୨୫ ତାରିଖରେ ହେବାର ଥିଲା। ପରୀକ୍ଷା ପୁଣି କେବେ ହେବ ସେନେଇ ବୋର୍ଡ ପକ୍ଷରୁ ଜଣାଇ ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓ ପୁରୀ ଏବଂ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ବାତ୍ୟା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲାଗୁଡିକ ସହିତ କିଛି ଆଭ୍ୟନ୍ତରୀଣ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କି.ମି. ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Leave A Reply

Your email address will not be published.