ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ବାତ୍ୟା ‘ଦାନା’ ପାଇଁ ଘୁଞ୍ଚିଲା ଏନ୍‌ଆର୍‌ଟିଏସ୍‌ ଓ ପ୍ରାଥମିକ ବୃତ୍ତି ପରୀକ୍ଷା

0

ଭୁବନେଶ୍ବର; ବାତ୍ୟା ‘ଦାନା’କୁ ନେଇ ଛାତ୍ରୀଛାତ୍ରଙ୍କ ଏନ୍‌ଆର୍‌ଟିଏସ୍‌ ଏବଂ ପ୍ରାଥମିକ ବୃତ୍ତି ପରୀକ୍ଷାକୁ ସରକାର ଘୁଞ୍ଚାଇ ଦେଇଛନ୍ତି। ଏହି ପରୀକ୍ଷା ୨୩ ଏବଂ ୨୫ ତାରିଖରେ ହେବାର ଥିଲା। ପରୀକ୍ଷା ପୁଣି କେବେ ହେବ ସେନେଇ ବୋର୍ଡ ପକ୍ଷରୁ ଜଣାଇ ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓ ପୁରୀ ଏବଂ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ବାତ୍ୟା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳବର୍ତ୍ତୀ ଜିଲାଗୁଡିକ ସହିତ କିଛି ଆଭ୍ୟନ୍ତରୀଣ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କି.ମି. ରହିପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Leave A Reply

Your email address will not be published.