ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ

0

ଭୁବନେଶ୍ବର; ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ। ସେ ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ(ଓଏସ୍‌ଏସ୍‌ଏସ୍‌ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସରକାର ଲଳିତ ଦାସଙ୍କୁ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି। ଏଥି ସହିତ ଅବସରପ୍ରାପ୍ତ ଆଇଏଏସ୍ ଉଦ୍ଧବ ଚନ୍ଦ୍ର ମାଝୀ ଏବଂ ସରୋଜ କୁମାର ମିଶ୍ରଙ୍କୁ ମଧ୍ୟ ସଦସ୍ୟ ଭାବେ ନିଯୁକ୍ତି ଦିଆଯାଇଛି। ମଙ୍ଗଳବାର ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

୧୯୯୨ ବ୍ୟାଚ୍ ଆଇପିଏସ୍‌ ଲଳିତ ଦାସ ଏଚ୍‌ଆରପିସି ସ୍ବତନ୍ତ୍ର ଡିଜି ଭାବେ କାର୍ଯ୍ୟକରି ଅବସର ନେଇଥିଲେ। ସୁନ୍ଦରଗଡ଼ ଜିଲ୍ଲାର ବାସିନ୍ଦା ଲଳିତ ଦାସ ୧୯୯୨ରେ ଭାରତୀୟ ପୁଲିସ ସେବାରେ ଯୋଗ ଦେଇଥିଲେ। ସେ କେନ୍ଦୁଝର, ଗଜପତି, ଯାଜପୁର, ଜଗତସିଂହପୁର, ସମ୍ବଲପୁର, ବରଗଡ଼ ଜିଲ୍ଲା ଏସପି ଭାବେ କାର୍ଯ୍ୟ କରିଥିଲେ।

ଏହା ପରେ ସେ ନୂଆଦିଲ୍ଲୀ ସ୍ଥିତ ବ୍ୟୁରୋ ଅଫ୍ ପୁଲିସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟରେ ୫ ବର୍ଷ କାଳ କାର୍ଯ୍ୟ କରିଥିଲେ। ତାଳଚେରରେ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜ ଡିଆଇଜି, କଟକର କେନ୍ଦ୍ରାଞ୍ଚଳ ରେଞ୍ଜ ଆଇଜି, ଭିଜିଲାନ୍ସ ଡିଜି, ଗୃହ ବିଭାଗର ସ୍ବତନ୍ତ୍ର ସଚିବ, ଓଡ଼ିଶା ପୁଲିସ ହାଉସିଂ ଏବଂ ୱେଲଫେୟାର କର୍ପୋରେସନର ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ, ପୁଲିସ ମୁଖ୍ୟାଳୟରେ କମ୍ୟୁନିକେସନ ଏଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ସରକାରୀ ପ୍ରେସ ଏବଂ ପବ୍ଲିକେସନର ନିର୍ଦ୍ଦେଶକ ଭାବେ ସେ କାର୍ଯ୍ୟ କରିଥିଲେ।

Leave A Reply

Your email address will not be published.