ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସ ହେଲେ ଓଏସ୍‌ଏସ୍‌ଏସ୍‌ସି ଅଧ୍ୟକ୍ଷ

0

ଭୁବନେଶ୍ବର; ଅବସରପ୍ରାପ୍ତ ଆଇପିଏସ୍‌ ଲଳିତ ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ। ସେ ଓଡ଼ିଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ(ଓଏସ୍‌ଏସ୍‌ଏସ୍‌ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସରକାର ଲଳିତ ଦାସଙ୍କୁ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ନିଯୁକ୍ତି କରିଛନ୍ତି। ଏଥି ସହିତ ଅବସରପ୍ରାପ୍ତ ଆଇଏଏସ୍ ଉଦ୍ଧବ ଚନ୍ଦ୍ର ମାଝୀ ଏବଂ ସରୋଜ କୁମାର ମିଶ୍ରଙ୍କୁ ମଧ୍ୟ ସଦସ୍ୟ ଭାବେ ନିଯୁକ୍ତି ଦିଆଯାଇଛି। ମଙ୍ଗଳବାର ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

୧୯୯୨ ବ୍ୟାଚ୍ ଆଇପିଏସ୍‌ ଲଳିତ ଦାସ ଏଚ୍‌ଆରପିସି ସ୍ବତନ୍ତ୍ର ଡିଜି ଭାବେ କାର୍ଯ୍ୟକରି ଅବସର ନେଇଥିଲେ। ସୁନ୍ଦରଗଡ଼ ଜିଲ୍ଲାର ବାସିନ୍ଦା ଲଳିତ ଦାସ ୧୯୯୨ରେ ଭାରତୀୟ ପୁଲିସ ସେବାରେ ଯୋଗ ଦେଇଥିଲେ। ସେ କେନ୍ଦୁଝର, ଗଜପତି, ଯାଜପୁର, ଜଗତସିଂହପୁର, ସମ୍ବଲପୁର, ବରଗଡ଼ ଜିଲ୍ଲା ଏସପି ଭାବେ କାର୍ଯ୍ୟ କରିଥିଲେ।

ଏହା ପରେ ସେ ନୂଆଦିଲ୍ଲୀ ସ୍ଥିତ ବ୍ୟୁରୋ ଅଫ୍ ପୁଲିସ ରିସର୍ଚ୍ଚ ଆଣ୍ଡ ଡେଭଲପମେଣ୍ଟରେ ୫ ବର୍ଷ କାଳ କାର୍ଯ୍ୟ କରିଥିଲେ। ତାଳଚେରରେ ଉତ୍ତର କେନ୍ଦ୍ରାଞ୍ଚଳ ରେଞ୍ଜ ଡିଆଇଜି, କଟକର କେନ୍ଦ୍ରାଞ୍ଚଳ ରେଞ୍ଜ ଆଇଜି, ଭିଜିଲାନ୍ସ ଡିଜି, ଗୃହ ବିଭାଗର ସ୍ବତନ୍ତ୍ର ସଚିବ, ଓଡ଼ିଶା ପୁଲିସ ହାଉସିଂ ଏବଂ ୱେଲଫେୟାର କର୍ପୋରେସନର ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ, ପୁଲିସ ମୁଖ୍ୟାଳୟରେ କମ୍ୟୁନିକେସନ ଏଡିଜି, ଗୁଇନ୍ଦା ନିର୍ଦ୍ଦେଶକ, ସରକାରୀ ପ୍ରେସ ଏବଂ ପବ୍ଲିକେସନର ନିର୍ଦ୍ଦେଶକ ଭାବେ ସେ କାର୍ଯ୍ୟ କରିଥିଲେ।

Leave A Reply

Your email address will not be published.