ପ୍ରମୁଖ ଖବର

ଫାର୍ମା କମ୍ପାନୀ ଫ୍ୟାକ୍ଟ୍ରି ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି
ବିଏମସି କମିଶନର ଆକ୍ରମଣ ଘଟଣାରେ ସଫେଇ କର୍ମଚାରୀଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ
ଶରଧାବାଲି ଅଘଟଣ ପରେ ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ
ଶସ୍ତା ହେଲା ଏଲପିଜି ସିଲିଣ୍ଡର
ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍‌ ଗିରଫ
ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଗଲେ ୮ ଜିଲ୍ଲାର ଓଏସ ଓ ଓଆରଏସ ଅଫିସର
ବାଣ ତିଆରି କାରଖାନାରେ ବିସ୍ଫୋରଣ; ୫ ମୃତ
୨ ଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ବାଜିମାରିଲେ ଓଡ଼ିଶା ପୋଲିସ କନଷ୍ଟେବଳ

ବାତ୍ୟା ପାଇଁ ୧୪ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ସରକାର

0

ଭୁବନେଶ୍ବର: ବାତ୍ୟା ପାଇଁ ସ୍କୁଲ ବନ୍ଦ ଘୋଷଣା କଲେ ରାଜ୍ୟ ସରକାର। ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ୧୪ଟି ଜିଲ୍ଲା ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଆସନ୍ତା ୨୩ରୁ ୨୫ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି।

ଏହି ୧୪ଟି ଜିଲ୍ଲା ଗୁଡ଼ିକୁ ହେଲା- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି। ଫଳରେ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ତେଣୁ ଉକ୍ତ ସ୍କୁଲଗୁଡ଼ିକ ଛୁଟି ଘୋଷଣା କରାଯାଇଛି।

Leave A Reply

Your email address will not be published.