ପ୍ରମୁଖ ଖବର

ଭଞ୍ଜନଗର ଜଳଭଣ୍ଡାରରେ ବୁଡି ଦୁଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ
ପଶ୍ଚିମବଙ୍ଗରେ ନିର୍ବାଚନ ପୂର୍ବରୁ ଟିଏମ୍‌ସି ନେତାଙ୍କ ଘରେ ଆୟକର ଚଢଉ
ସ୍ମାର୍ଟଫୋନ୍‌ରେ ଆଧାର ଆପ୍‌ ପ୍ରି-ଇନଷ୍ଟଲେସନ୍‌ ପ୍ରସ୍ତାବକୁ ପ୍ରତ୍ୟାହାର କଲେ ସରକାର
ତାମିଲନାଡୁର ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ: ୧୬ ମୃତ
ଇଟାଲୀରେ ଗୁରୁଦ୍ୱାର ବାହାରେ ଗୁଳିକାଣ୍ଡ: ଦୁଇ ଭାରତୀୟ ଶିଖଙ୍କ ମୃତ୍ୟୁ
ଖୋର୍ଦ୍ଧାରେ ୨୦ରୁ ୨୩ ପର୍ଯ୍ୟନ୍ତ ସ୍କୁଲ ଛୁଟି
ଫିରୋଜାବାଦରେ ଭୟଙ୍କର ଅଗ୍ନିକାଣ୍ଡ: ୬୦ରୁ ଅଧିକ ଦୋକାନ ଜଳି ଛାରଖାର
ମହିଳା ସଂରକ୍ଷଣ ବିଲ୍ ବାବଦରେ ବିଜେପି ଦେଶବାସୀଙ୍କୁ ଭ୍ରମିତ କରୁଛି: ବିଜେଡି

ବାତ୍ୟା ପାଇଁ ୧୪ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କଲେ ସରକାର

0

ଭୁବନେଶ୍ବର: ବାତ୍ୟା ପାଇଁ ସ୍କୁଲ ବନ୍ଦ ଘୋଷଣା କଲେ ରାଜ୍ୟ ସରକାର। ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ୧୪ଟି ଜିଲ୍ଲା ପାଇଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଆସନ୍ତା ୨୩ରୁ ୨୫ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି।

ଏହି ୧୪ଟି ଜିଲ୍ଲା ଗୁଡ଼ିକୁ ହେଲା- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି। ଫଳରେ ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ। ତେଣୁ ଉକ୍ତ ସ୍କୁଲଗୁଡ଼ିକ ଛୁଟି ଘୋଷଣା କରାଯାଇଛି।

Leave A Reply

Your email address will not be published.