ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

ହବିଷ୍ୟାଳିଙ୍କ ପାଇଁ ୨୪ ଓ ୨୫ ତାରିଖରେ ବନ୍ଦ ରହିପାରେ ମହାପ୍ରଭୁଙ୍କ ଦର୍ଶନ:ଜିଲ୍ଲାପାଳ

0

ପୁରୀ: ଭୀଷଣ ବାତ୍ୟାର ରୂପ ନେଇ ‘ଦାନା’ ଲ୍ୟାଣ୍ଡଫଲ କରିବ ବୋଲି କହିଛି ପାଣିପାଗ ବିଭାଗ। ଏହି ସମୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହିତ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ପର୍ଯ୍ୟନ୍ତ ରହିପାରେ। ସମ୍ଭାବ୍ୟ ବାତ୍ୟାକୁ ଆଖିରେ ରଖି ପୁରୀରେ ଥିବା ହବିଷ୍ୟାଳିଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ପୁରୀ ଜିଲ୍ଲାପାଳ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି। ସେମାନଙ୍କ ପାଇଁ ଖାଦ୍ୟ ସାମଗ୍ରୀ ମହଜୁଦ ଥିବା ବେଳେ ଜେନେରେଟର ମଧ୍ୟ ବ୍ୟବସ୍ଥା କରାଯାଇଛି। ଆବଶ୍ୟକ ପଡିଲେ ୨୪ ଓ ୨୫ ତାରିଖରେ ସେମାନଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିପାରେ ବୋଲି କହିଛନ୍ତି। ଏପରି ପ୍ରତିକୂଳ ସମୟରେ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ଓ ସମୁଦ୍ରକୂଳ ନ ଆସିବାକୁ ଜିଲ୍ଲାପାଳ ଗଣମାଧ୍ୟମ ଜରିଆରେ ଅପିଲ କରିଛନ୍ତି।

ସୂଚନା ଅନୁଯାୟୀ, ବାତ୍ୟା ‘ଦାନା’ ଯୋଗୁ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ସବୁଠୁ ଅଧିକ ପ୍ରଭାବିତ ହେବ। ସେହିପରି କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲା ମଧ୍ୟ ପ୍ରଭାବିତ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Leave A Reply

Your email address will not be published.