ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ୱାୟନାଡ ପାଇଁ ନାମାଙ୍କନ ଦାଖଲ କଲେ ପ୍ରିୟଙ୍କା ଗାନ୍ଧି

0

ୱାୟନାଡ: ୱାୟନାଡ ଲୋକସଭା ସିଟ୍‌ ପାଇଁ ହେବାକୁ ଥିବା ଉପନିର୍ବାଚନ ନିମନ୍ତେ ଆଜି ନାମାଙ୍କନ ଦାଖଲ କଲେ ପ୍ରିୟଙ୍କା ଗାନ୍ଧି। ପ୍ରଥମ ଥର ପ୍ରତ୍ୟେକ୍ଷ ନିର୍ବାଚନ ଲଢ଼ିବେ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ଯାହାକୁ ନେଇ ବେଶ୍ ଚର୍ଚ୍ଚା ଚାଲିଛି। ଏଥି ନିମନ୍ତେ ସେ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ପ୍ରିୟଙ୍କା ପ୍ରଥମ ଥର ରାଜନୀତି ମଇଦାନକୁ ଓହ୍ଲାଇଛନ୍ତି।
ପ୍ରିୟଙ୍କାଙ୍କ ନାମାଙ୍କନ ଦାଖଲ ବେଳେ ତାଙ୍କ ମା’ ସୋନିଆ ଗାନ୍ଧି, ଭାଇ ରାହୁଲ ଗାନ୍ଧି ଓ କଂଗ୍ରେସର ବହୁ ହେଭିୱେଟ ନେତା ଉପସ୍ଥିତ ଥିଲେ। ଏହାସହ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜ୍ଜୁନ ଖଡଗେଙ୍କ ସମେତ ଦଳର ବହୁ ଆଗ ଧାଡ଼ିର ନେତା ଉପସ୍ଥିତ ଥିଲେ। ସୂଚନା ଥାଉକି ନାମାଙ୍କନ ଦାଖଲ ପାଇଁ ନିଜ ମା’ଙ୍କ ସହ ପ୍ରିୟଙ୍କା ଗତ ରାତିରେ ୱାୟନାଡରେ ପହଞ୍ଚିଥିଲେ। ସେଠାରେ ସେମାନେ ସ୍ଥାନୀୟ ଲୋକଙ୍କ ସହ ବହୁ ଚର୍ଚ୍ଚା ଓ ଆଲୋଚନା କରିଥିଲେ।
ଅନ୍ୟପଟେ ନାମାଙ୍କନ ଦାଖଲ ପରେ ପ୍ରିୟଙ୍କା ଓ ରାହୁଲ ଆଜି କଲ୍ଲେପଟ୍ଟା ନ୍ୟୁ ବସ୍‌ ଷ୍ଟାଣ୍ଡ ନିକଟରୁ ଏକ ରୋଡ ଶୋ’ କରିବେ ବୋଲି ଜଣାଯାଇଛି। ୱାୟନାଡ ଉପନିର୍ବାଚନ ନିମନ୍ତେ ଆସନ୍ତା ମାସ ୧୩ ତାରିଖରେ ମତଦାନ ହେବ। ଏହାପରେ ଆସନ୍ତା ୨୩ ତାରିଖରେ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ପ୍ରିୟଙ୍କା ଗାନ୍ଧି ଭଦ୍ରା ଜିତିଲେ ସେ ପ୍ରଥମ ଥର ପାଇଁ ସଂସଦକୁ ଯିବେ।

୨୦୧୯ରେ ରାହୁଲ ଗାନ୍ଧି ୱାୟନାଡରୁ ପ୍ରଥମଥର ନିର୍ବାଚନ ଲଢ଼ିବା ସହ ବିଜୟ ହୋଇଥିଲେ। ୨୦୨୪ରେ ସେ ୱାୟନାଡ ସହ ରାଏବରେଲୀ ଆସନରେ ନିର୍ବାଚନ ଲଢ଼ି ଦୁଇଟି ଯାକ ଆସନ ଜିତିଥିଲେ। ସେ ଦୁଇଟି ଆସନରୁ ବିଜୟ ହୋଇଥିବାରୁ ତାଙ୍କୁ ଗୋଟିଏ ଆସନ ଛାଡ଼ିବା ଅପରିହାର୍ଯ୍ୟ ରହିଥିଲା। ତେଣୁ ସେ ୱାୟନାଡ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲେ। ଏବେ ଏଠାରେ ଉପ ଉପ ନିର୍ବାଚନ ହେବାକୁ ଯାଉଛି।

Leave A Reply

Your email address will not be published.