ପ୍ରମୁଖ ଖବର

ଭାରତୀୟ ପାଇଲଟ୍‌ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍‌’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍‌ ଟ୍ରେନ୍‌ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ପରାମର୍ଶ

ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଜାରି ହେଲା ଟେଲିଫୋନ ନମ୍ବର

0

ଭୁବନେଶ୍ବର; ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ନୂତନ ପଦକ୍ଷପ ନେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଟେଲିଫୋନ ନଂ ଜାରି କରାଯାଇଛି। ଏହି ନମ୍ବରଟି ହେଉଛି -୦୬୭୪-୨୩୯୬୨୨୭।

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର ସାମଗ୍ରୀ ମହଜୁଦ ଥିବା ଏବଂ ସମସ୍ତ ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତି ଥିବା ବିଭାଗୀୟ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀ କିଣି ଘରେ ନରଖିବା ପାଇଁ ମଧ୍ୟ ମନ୍ତ୍ରୀ ଶ୍ରୀ ପାତ୍ର ଜନସାଧାରଣ ମାନଙ୍କୁ ନିବେଦନ କରିଛନ୍ତି । ସେହିଭଳି ଏହାର ସୁଯୋଗ ନେଇ ବ୍ୟବସାୟୀ ମାନେ ମୂଲ୍ୟବୃଦ୍ଧି ନକରିବା ପାଇଁ ମଧ୍ୟ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବା ସହ ବିଭିନ୍ନ ଅଭିଯୋଗକୁ ଭିତ୍ତିକରି ବିଭାଗୀୟ ଅଧିକାରୀ ମାନେ ଅନେକ ସ୍ଥାନରେ ଚଢ଼ାଉ ଯାରି ରଖିଛନ୍ତି । ଆଜି ଯୋଗାଣ ବିଭାଗ ପକ୍ଷରୁ ଏକ ନଂ ଓ ଚାରି ନଂ ମାର୍କେଟ, ଇନ୍ଦ୍ରଧନୁ ମାର୍କେଟ, ଡମଣା, ବଡଗଡ଼, ସହିଦ ନଗର ଆଦି ଅଞ୍ଚଳରେ ଚଢ଼ାଉ କରାଯାଇଛି ।

Leave A Reply

Your email address will not be published.