ପ୍ରମୁଖ ଖବର

ଶିଶୁ ଫର୍ମୁଲା ଫୁଡ୍‌କୁ ନେଇ ନେସଲେ ବିରୋଧରେ ୩ ମାମଲା
କ୍ରସ୍‌ ଭୋଟିଂ ମାମଲା: ୮ ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା ଗ୍ରହଣ କଲେ ହାଇକୋର୍ଟ
ନିଠାରୀ ଗଣହତ୍ୟା ମାମଲା: ଦୋଷମୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା
ପାକିସ୍ତାନରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ପୌର ନିର୍ବାଚନ: ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି
୮ ଲକ୍ଷ ଲାଞ୍ଚ ନେବାବେଳେ ଧରାପଡ଼ିଲେ କେନ୍ଦ୍ରୀୟ ଜିଏସ୍‌ଟି ସୁପରିନଟେଣ୍ଡଣ୍ଟ

ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଜାରି ହେଲା ଟେଲିଫୋନ ନମ୍ବର

0

ଭୁବନେଶ୍ବର; ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ନୂତନ ପଦକ୍ଷପ ନେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ନେଇ ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଟେଲିଫୋନ ନଂ ଜାରି କରାଯାଇଛି। ଏହି ନମ୍ବରଟି ହେଉଛି -୦୬୭୪-୨୩୯୬୨୨୭।

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ବଜାରରେ ପ୍ରଚୁର ପରିମାଣର ସାମଗ୍ରୀ ମହଜୁଦ ଥିବା ଏବଂ ସମସ୍ତ ପରିସ୍ଥିତିର ମୁକାବିଲା ପାଇଁ ସରକାର ପ୍ରସ୍ତୁତି ଥିବା ବିଭାଗୀୟ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଅନାବଶ୍ୟକ ଭାବେ ଅତ୍ୟାବଶ୍ୟକ ସାମଗ୍ରୀ କିଣି ଘରେ ନରଖିବା ପାଇଁ ମଧ୍ୟ ମନ୍ତ୍ରୀ ଶ୍ରୀ ପାତ୍ର ଜନସାଧାରଣ ମାନଙ୍କୁ ନିବେଦନ କରିଛନ୍ତି । ସେହିଭଳି ଏହାର ସୁଯୋଗ ନେଇ ବ୍ୟବସାୟୀ ମାନେ ମୂଲ୍ୟବୃଦ୍ଧି ନକରିବା ପାଇଁ ମଧ୍ୟ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ପନିପରିବା ଭଳି ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧିକୁ ରୋକିବା ପାଇଁ ଯୋଗାଣ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯିବା ସହ ବିଭିନ୍ନ ଅଭିଯୋଗକୁ ଭିତ୍ତିକରି ବିଭାଗୀୟ ଅଧିକାରୀ ମାନେ ଅନେକ ସ୍ଥାନରେ ଚଢ଼ାଉ ଯାରି ରଖିଛନ୍ତି । ଆଜି ଯୋଗାଣ ବିଭାଗ ପକ୍ଷରୁ ଏକ ନଂ ଓ ଚାରି ନଂ ମାର୍କେଟ, ଇନ୍ଦ୍ରଧନୁ ମାର୍କେଟ, ଡମଣା, ବଡଗଡ଼, ସହିଦ ନଗର ଆଦି ଅଞ୍ଚଳରେ ଚଢ଼ାଉ କରାଯାଇଛି ।

Leave A Reply

Your email address will not be published.