ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇଲେ ରାଜ୍ୟ ସରକାର

0

ଭୁବନେଶ୍ବର: ରାଜ୍ୟ ସରକାର ବୁଧବାର ମହିଳା କମିଶନ ଭଙ୍ଗ କରିଛନ୍ତି। ସରକାର ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଦାୟିତ୍ୱରୁ ହଟାଇବା ସହ ଅନ୍ୟ ସଦସ୍ୟମାନଙ୍କୁ ମଧ୍ୟ ପଦରୁ ହଟାଇ ଦେଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି।

ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଭାବେ ଡ. ମିନତି ବେହେରା ନିଯୁକ୍ତି ପାଇଥିଲେ। ଆଜି ତାଙ୍କୁ ପଦରୁ ହଟାଇ ଦେଇଛନ୍ତି ରାଜ୍ୟ ସରକାର।ବିଜେଡି ସରକାର ସମୟରେ ମହିଳା ଆୟୋଗରେ ଥଇଥାନ ହୋଇଥିବା ଆଗଧାଡ଼ିର ବିଜେଡି ନେତ୍ରୀମାନେ ନିଜଆଡ଼ୁ ଇସ୍ତଫା ନଦେବା ପରେ ରାଜ୍ୟର ବିଜେପି ସରକାର ନିଜ କ୍ଷମତାର ଉପଯୋଗ କରି ସେମାନଙ୍କୁ ବରଖାସ୍ତ କରିଥିବା ଜଣାପଡ଼ିଛି ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନାନୁଯାୟୀ, ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷା ମିନତି ବେହେରା ଓ ଅନ୍ୟ ୪ଜଣ ସଦସ୍ୟା ସ୍ୱର୍ଣ୍ଣଲତା ସାମଲ, ସୁଜାତା ଦିଗଲ, ବବିତା ସ୍ବାଇଁ ଓ ବିଜୟା ବରଓ୍ବାଙ୍କୁ ତତ୍କାଳ ପ୍ରଭାବରୁ ହଟାଇ ଦିଆଯାଇଛି। ଏନେଇ ଖୁବଶୀଘ୍ର ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହେବ। ପୂର୍ବ ସରକାରରେ ଏମାନଙ୍କୁ ଏହି ମହିଳା ଆୟୋଗରେ ଥଇଥାନ କରାଯାଇଥିଲା। ବିଜେଡି ନେତ୍ରୀ ମିନତିଙ୍କୁ ୨୦୨୨ ଅକ୍ଟୋବରରେ ଦ୍ୱିତୀୟଥର ପାଇଁ ଅଧ୍ୟକ୍ଷା ଭାବେ ଥଇଥାନ କରାଯାଇଥିଲା ଓ ୨୦୨୩ ଏପ୍ରିଲ ମାସରେ ଅନ୍ୟ ୪ଜଣ ବିଜେଡି ନେତ୍ରୀଙ୍କୁ ଆୟୋଗର ସଦସ୍ୟା ଭାବେ ଅବସ୍ଥାପିତ କରାଯାଇଥିଲା ।।

Leave A Reply

Your email address will not be published.