ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ବାତ୍ୟା ଦାନା ଲାଗି ବିମାନ ସେବା ବନ୍ଦ

0

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ର ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ଭୁବନେଶ୍ୱରରେ ପବନ ବେଗ ଘଣ୍ଟା ପ୍ରତି ୩୫ରୁ ୪୦ କିଲୋମିଟରରୁ ଅଧିକ ରହିବା ନେଇ ପାଣିପାଗ ସୂଚନା ରହିଛି। ଯାହା ବିମାନ ଉଡିବା ପାଇଁ ସୁରକ୍ଷିତ ନୁହେଁ।

ଭୁବନେଶ୍ଵର ବିମାନ ବନ୍ଦରର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି, ପବନର ବେଗ ଅଧିକ ରହିପାରେ, ଯାହା କି ବିମାନ ଉଡ଼ିବା ପାଇଁ ସୁରକ୍ଷିତ ନୁହେଁ। ତେଣୁ ଆଜି ସଂଧ୍ୟା ୫ଟାରୁ ଆସନ୍ତାକାଲି ସକାଳ ୯ଟା ଯାଏ ବିମାନ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଏହା ଦ୍ଵାରା ୪୦ ବିମାନ ସେବା ପ୍ରଭାବିତ ହେବ। କିଛି ଫ୍ଲାଇଟ୍ ବନ୍ଦ ରହିବ, କିଛି ଡେରି ହେବ, କିଛି ରିସିଡ୍ୟୁଲ ହେବ। ଯାତ୍ରୀଙ୍କ ସୁରକ୍ଷା ପାଇଁ ଏହି ପଦକ୍ଷେପ ନିଆଯାଇଛି।

ତେବେ ପାଣିପାଗ ଦେଖି ଆସନ୍ତାକାଲି ସକାଳେ ସମୀକ୍ଷା କରାଯାଇ ପୁଣି ଥରେ ନିଷ୍ପତ୍ତି ନିଆଯିବ। ଏବେ ଦିଲ୍ଲୀ ହେଡ଼କ୍ୱାର୍ଟର ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ମନିଟରିଂ କରୁଛନ୍ତି। ସେମାନେ ବୈଷୟିକ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପରର ଗାଇଡ଼ଲାଇନ ଅନୁସାରେ ପୁଣି ବିମାନ ସେବା ନେଇ ନିଷ୍ପତ୍ତି ନିଆଯିବ। ଅନ୍ତର୍ଜାତୀୟ ବିମାନ ସେବା କୁଆଲାମପୁର ବିମାନ ବି ବନ୍ଦ ରହିବ। ଯେଉଁମାନେ ଟିକେଟ କରିଛନ୍ତି, ବିମାନ କମ୍ପାନୀ ସମ୍ପୂର୍ଣ୍ଣ ରିଫଣ୍ଡ ଦେବେ ନ ହେଲେ ଫ୍ଲାଇଟ୍ ରିସ୍ୟୁଡୁଲ କରିବେ। DGCA ନିୟମ ଅନୁସାରେ ଏହା କରାଯିବ ବୋଲି ଭୁବନେଶ୍ଵର ବିମାନ ବନ୍ଦରର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ।

Leave A Reply

Your email address will not be published.