ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ବାତ୍ୟା ଦାନା ଲାଗି ବିମାନ ସେବା ବନ୍ଦ

0

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ର ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ଭୁବନେଶ୍ୱରରେ ପବନ ବେଗ ଘଣ୍ଟା ପ୍ରତି ୩୫ରୁ ୪୦ କିଲୋମିଟରରୁ ଅଧିକ ରହିବା ନେଇ ପାଣିପାଗ ସୂଚନା ରହିଛି। ଯାହା ବିମାନ ଉଡିବା ପାଇଁ ସୁରକ୍ଷିତ ନୁହେଁ।

ଭୁବନେଶ୍ଵର ବିମାନ ବନ୍ଦରର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି, ପବନର ବେଗ ଅଧିକ ରହିପାରେ, ଯାହା କି ବିମାନ ଉଡ଼ିବା ପାଇଁ ସୁରକ୍ଷିତ ନୁହେଁ। ତେଣୁ ଆଜି ସଂଧ୍ୟା ୫ଟାରୁ ଆସନ୍ତାକାଲି ସକାଳ ୯ଟା ଯାଏ ବିମାନ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଏହା ଦ୍ଵାରା ୪୦ ବିମାନ ସେବା ପ୍ରଭାବିତ ହେବ। କିଛି ଫ୍ଲାଇଟ୍ ବନ୍ଦ ରହିବ, କିଛି ଡେରି ହେବ, କିଛି ରିସିଡ୍ୟୁଲ ହେବ। ଯାତ୍ରୀଙ୍କ ସୁରକ୍ଷା ପାଇଁ ଏହି ପଦକ୍ଷେପ ନିଆଯାଇଛି।

ତେବେ ପାଣିପାଗ ଦେଖି ଆସନ୍ତାକାଲି ସକାଳେ ସମୀକ୍ଷା କରାଯାଇ ପୁଣି ଥରେ ନିଷ୍ପତ୍ତି ନିଆଯିବ। ଏବେ ଦିଲ୍ଲୀ ହେଡ଼କ୍ୱାର୍ଟର ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ମନିଟରିଂ କରୁଛନ୍ତି। ସେମାନେ ବୈଷୟିକ ନିର୍ଦ୍ଦେଶ ଦେଇଛନ୍ତି। ବାତ୍ୟା ପରର ଗାଇଡ଼ଲାଇନ ଅନୁସାରେ ପୁଣି ବିମାନ ସେବା ନେଇ ନିଷ୍ପତ୍ତି ନିଆଯିବ। ଅନ୍ତର୍ଜାତୀୟ ବିମାନ ସେବା କୁଆଲାମପୁର ବିମାନ ବି ବନ୍ଦ ରହିବ। ଯେଉଁମାନେ ଟିକେଟ କରିଛନ୍ତି, ବିମାନ କମ୍ପାନୀ ସମ୍ପୂର୍ଣ୍ଣ ରିଫଣ୍ଡ ଦେବେ ନ ହେଲେ ଫ୍ଲାଇଟ୍ ରିସ୍ୟୁଡୁଲ କରିବେ। DGCA ନିୟମ ଅନୁସାରେ ଏହା କରାଯିବ ବୋଲି ଭୁବନେଶ୍ଵର ବିମାନ ବନ୍ଦରର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ।

Leave A Reply

Your email address will not be published.