ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ବାତ୍ୟା ପାଇଁ ଶୁକ୍ରବାର କନ୍ଧମାଳ ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ

0

କନ୍ଧମାଳ: ଆସନ୍ତାକାଲି କନ୍ଧମାଳ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲଗୁଡ଼ିକ ବନ୍ଦ ରହିବ। ଏନେଇ ଆଜି ଜିଲ୍ଲାର ସମସ୍ତ ବିଇଓ, ପ୍ରଧାନଶିକ୍ଷକମାନଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ।ଶୁକ୍ରବାର କନ୍ଧମାଳ ଜିଲାରେ ବନ୍ଦ ରହିବ ସ୍କୁଲ। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଜିଲା ଶିକ୍ଷାଧିକାରୀ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି। ଏହା ପୂର୍ବରୁ ରାଜ୍ୟ ସରକାର ୧୪ ଜିଲାରେ ୨୩ରୁ ୨୫ ଯାଏ ସ୍କୁଲ ଛୁଟି ଘୋଷଣା କରିଥିଲେ। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ। ଏହି ସବୁ ଜିଲାରେ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ।

ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି। ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଏବଂ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ବାତ୍ୟା ରହିଛି। ସେହିପରି ସାଗର ଦ୍ବୀପର ଦକ୍ଷିଣକୁ ୨୫୦ କିମି ଦୂରରେ ରହିଛି। ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବ। ଭିତରକନିକା ଓ ଧାମରା ପାଖରେ ଲ୍ୟାଣ୍ଡଫଲ କରିବା ନେଇ ଆକଳନ କରାଯାଉଛି।

Leave A Reply

Your email address will not be published.