ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର ବିମାନବନ୍ଦରରେ ବୋମା ଆତଙ୍କ

0

ଭୁବନେଶ୍ୱର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୁରୁବାର ଦିନ ବୋମା ଧମକ ମିଳିଛି। ବୋମା ଧମକ ମିଳିବା ପରେ ବିମାନ ବନ୍ଦରରେ ଆତଙ୍କ ଖେଳିଯାଇଛି। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ ଆସିବା ପରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ଧମକପୂର୍ଣ୍ଣ କଲ ପରେ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଆଲର୍ଟ କରାଯିବା ସହ ବିମାନ ବନ୍ଦରରେ କଡ଼ାକଡି ଯାଞ୍ଚ କରାଯାଉଛି।

ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ପରେ ଏହାକୁ ଏକ ଗୁଜବ ବୋଲି କୁହାଯାଇଛି। ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି ଯେ, ସମସ୍ତ ଆବଶ୍ୟକୀୟ ପ୍ରକ୍ରିୟା ପାଳନ କରାଯାଉଛି। ବିପିଏ କର୍ତ୍ତୃପକ୍ଷ ସୁରକ୍ଷା ଯାଞ୍ଚକୁ ଜୋରଦାର କରିଛନ୍ତି। କୁକୁର ସ୍କ୍ବାଡ୍ ଏବଂ ବୋମା ସ୍କ୍ବାଡର ଅଧିକାରୀ ମାନେ ମଧ୍ୟ ବିମାନବନ୍ଦରର ଯାଞ୍ଚରେ ଲାଗିଛନ୍ତି।

ଦୀର୍ଘ ଦିନ ହେବ ଭାରତୀୟ ବିମାନ ଚଳାଚଳ କମ୍ପାନୀର ଫ୍ଲାଇଟ୍‌ଗୁଡ଼ିକୁ ବୋମାରେ ଉଡ଼ାଇଦେବାକୁ ଧମକ ଆସୁଥିବାରୁ ଦେଶରେ ବିମାନ ସେବା ପ୍ରଭାବିତ ହୋଇଛି। ଏଥିଯୋଗୁ ଏୟାରଲାଇନ୍ସଗୁଡ଼ିକୁ ବହୁ କୋଟି ଟଙ୍କା କ୍ଷତି ସହିବାକୁ ପଡ଼ୁଛି। ଏଭଳି ସମୟରେ ରବିବାର ଦିଲ୍ଲୀର ରୋହିଣୀସ୍ଥିତ ଏକ ସ୍କୁଲ ନିକଟରେ ବିସ୍ଫୋରଣ ଘଟିବା ସୁରକ୍ଷା ଏଜେନ୍ସିଗୁଡ଼ିକ ପାଇଁ ଚ୍ୟାଲେଞ୍ଜ ପାଲଟିଛି। ବାରମ୍ବାର ଏଭଳି ଧମକ ସତ୍ତ୍ୱେ ଧମକଦାତାଙ୍କୁ ପୋଲିସ ଧରି ନ ପାରିବା ଚିନ୍ତାର ବିଷୟ ହୋଇଛି।

Leave A Reply

Your email address will not be published.