ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ତାଳଚୁଆରେ କରିପାରେ ଲ୍ୟାଣ୍ଡଫଲ

0

ଭୁବନେଶ୍ବର: ବାତ୍ୟାର ଗତିପଥକୁ ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେଉଛି। ଯେତେ ଯେତେ ସ୍ଥଳଭାଗ ମୁହାଁ ପାଖେଇ ଆସୁଛି ଦାନା, ସେତେ ସେତେ ଗତିପଥ ସ୍ଫଷ୍ଟ ହେଉଛି। ତେବେ ସ୍ଥଳଭାଗ ଛୁଇଁଲା ପରେ ଦାନା ସାମାନ୍ୟ ଗତିପଥ ବଦଳାଇ ପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ତେବେ ଓଡ଼ିଶା ମୁହାଁ ହୋଇଥିବା ବାତ୍ୟା ଦାନା ଆଜି ରାତିରୁ ଆସନ୍ତାକାଲି ସକାଳ ମଧ୍ୟରେ ଭିତରକନିକା ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିପାରେ ବୋଲି ପୂର୍ବରୁ ଆକଳନ ହୋଇଥିବା ବେଳେ ଏହା କେନ୍ଦ୍ରାପଡା ତାଳଚୁଆରେ ଲ୍ୟାଣ୍ଡ କରିପାରେ ବୋଲି ଆକଳନ କରାଯାଉଛି । ଏହାର ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି ହୋଇସାରିଛି । ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ସମୁଦ୍ର ଉପକୂଳ ଯୋଗୁଁ ଏଠାରେ ଲ୍ୟାଣ୍ଡଫଲ କରିବା ନେଇ ଅଧିକ ସମ୍ଭାବନା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।

ତେବେ ବାତ୍ୟା ଦାନା ଏବେ ପାରାଦୀପ ଠାରୁ ୨୮୦ କିମି ଏବଂ ଧାମରାରୁ ୩୧୦ କିମି ଦୂରରେ ରହିଛି। ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି। ସ୍ଥଳଭାଗ ଛୁଇଁଲା ବେଳକୁ ପବନର ବେଗ ଘଣ୍ଟା ପ୍ରତି ୧୦୦ ରୁ ୧୨୦ କିମି ରହିପାରେ ବୋଲି ଆକଳନ କରାଯାଇଛି। ଯାହାକି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର ଜିଲ୍ଲାରେ ଅନୁଭୂତ ହେବ।

ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ ବୋଲି ପୂର୍ବରୁ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।

ଅନ୍ୟପଟେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଧ୍ୟ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲ୍ୟାଣ୍ଡଫଲ୍‌ବେଳେ ବାତ୍ୟାର ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରିବ। ବାତ୍ୟାର ଗତିପଥ ଟିକେ ବଙ୍କେଇବ। ତେବେ ବାତ୍ୟା ପ୍ରଭାବରେ ୨୪ ଏବଂ ୨୫ ତାରିଖ ଦୁଇଦିନ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତି ଭୀଷଣ ବର୍ଷା ମଧ୍ୟ ହୋଇପାରେ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି।

Leave A Reply

Your email address will not be published.