ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ତାଳଚୁଆରେ କରିପାରେ ଲ୍ୟାଣ୍ଡଫଲ

0

ଭୁବନେଶ୍ବର: ବାତ୍ୟାର ଗତିପଥକୁ ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେଉଛି। ଯେତେ ଯେତେ ସ୍ଥଳଭାଗ ମୁହାଁ ପାଖେଇ ଆସୁଛି ଦାନା, ସେତେ ସେତେ ଗତିପଥ ସ୍ଫଷ୍ଟ ହେଉଛି। ତେବେ ସ୍ଥଳଭାଗ ଛୁଇଁଲା ପରେ ଦାନା ସାମାନ୍ୟ ଗତିପଥ ବଦଳାଇ ପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ତେବେ ଓଡ଼ିଶା ମୁହାଁ ହୋଇଥିବା ବାତ୍ୟା ଦାନା ଆଜି ରାତିରୁ ଆସନ୍ତାକାଲି ସକାଳ ମଧ୍ୟରେ ଭିତରକନିକା ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିପାରେ ବୋଲି ପୂର୍ବରୁ ଆକଳନ ହୋଇଥିବା ବେଳେ ଏହା କେନ୍ଦ୍ରାପଡା ତାଳଚୁଆରେ ଲ୍ୟାଣ୍ଡ କରିପାରେ ବୋଲି ଆକଳନ କରାଯାଉଛି । ଏହାର ମୁକାବିଲା ପାଇଁ ବ୍ୟାପକ ପ୍ରସ୍ତୁତି ହୋଇସାରିଛି । ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ସମୁଦ୍ର ଉପକୂଳ ଯୋଗୁଁ ଏଠାରେ ଲ୍ୟାଣ୍ଡଫଲ କରିବା ନେଇ ଅଧିକ ସମ୍ଭାବନା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।

ତେବେ ବାତ୍ୟା ଦାନା ଏବେ ପାରାଦୀପ ଠାରୁ ୨୮୦ କିମି ଏବଂ ଧାମରାରୁ ୩୧୦ କିମି ଦୂରରେ ରହିଛି। ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି। ସ୍ଥଳଭାଗ ଛୁଇଁଲା ବେଳକୁ ପବନର ବେଗ ଘଣ୍ଟା ପ୍ରତି ୧୦୦ ରୁ ୧୨୦ କିମି ରହିପାରେ ବୋଲି ଆକଳନ କରାଯାଇଛି। ଯାହାକି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର ଜିଲ୍ଲାରେ ଅନୁଭୂତ ହେବ।

ବାତ୍ୟା ‘ଦାନା’ ଲ୍ୟାଣ୍ଡଫଲ ପୂର୍ବରୁ ସାମାନ୍ୟ ଦିଗ ବଦଳାଇପାରେ ବୋଲି ପୂର୍ବରୁ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି। ପଶ୍ଚିମ ଓ ପଶ୍ଚିମଦକ୍ଷିଣ ଆଡ଼େ ଟିକେ ଦିଗ ବଦଳାଇପାରେ। ଏହା ପ୍ରଭାବରେ ୨୬ ବେଳକୁ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ।

ଅନ୍ୟପଟେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ମଧ୍ୟ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଲ୍ୟାଣ୍ଡଫଲ୍‌ବେଳେ ବାତ୍ୟାର ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରିବ। ବାତ୍ୟାର ଗତିପଥ ଟିକେ ବଙ୍କେଇବ। ତେବେ ବାତ୍ୟା ପ୍ରଭାବରେ ୨୪ ଏବଂ ୨୫ ତାରିଖ ଦୁଇଦିନ ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତି ଭୀଷଣ ବର୍ଷା ମଧ୍ୟ ହୋଇପାରେ ବୋଲି ଆଇଏମଡି ଡିଜି ସୂଚନା ଦେଇଛନ୍ତି।

Leave A Reply

Your email address will not be published.