ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ ସୁଟର ଗିରଫ

0

ଦିଲ୍ଲୀ: ଅଡୁଆରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ଗିରଫ କରିଛି। ଏହି ୭ଜଣ ସୁଟରଙ୍କୁ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ ପୋଲିସ ଗିରଫ କରିଛି। ସ୍ପେଶାଲ ସେଲ ଟିମ ମଧ୍ୟ ଏମାନଙ୍କଠାରୁ ଅସ୍ତ୍ରଶସ୍ତ୍ର ଉଦ୍ଧାର କରିଛି।

ସାମ୍ପ୍ରତିକ ଘଟଣାକୁ ଆଧାର କରି ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ବିରୋଧରେ ପାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ସ୍ପେଶାଲ ସେଲ ଦ୍ୱାରା ଗିରଫ ହୋଇଥିବା ୭ଜଣ ସୁଟରଙ୍କୁ ବାବା ସିଦ୍ଦିକୀଙ୍କ ମାମଲାରେ ପଚରାଉଚରା କରାଯାଇପାରିବ। ବାବା ସିଦ୍ଦିକୀଙ୍କ ହତ୍ୟା ପରେ ଦିଲ୍ଲୀ ପୋଲିସ ସ୍ପେଶାଲ ସେଲ ସାରା ଦେଶରେ ସକ୍ରିୟ ହୋଇ ଲରେନ୍ସ ବିଷ୍ଣୋଇଙ୍କ ବିଭିନ୍ନ ସ୍ଥାନ ଉପରେ କ୍ରମାଗତ ଭାବେ ଟାର୍ଗେଟ କରୁଛି। ସ୍ପେଶାଲ ସେଲ ଦ୍ୱାରା ଗିରଫ ହୋଇଥିବା ୭ଜଣ ସୁଟରଙ୍କୁ ପ୍ରାଥମିକ ପଚରାଉଚରା କରାଯାଉଛି।

ସୂଚନାଯୋଗ୍ୟ, ଅକ୍ଟୋବର ୧୨ରେ, ପୂର୍ବତନ ମନ୍ତ୍ରୀ ତଥା ଏନସିପି ନେତା ବାବା ସିଦ୍ଦିକୀଙ୍କୁ ମହାରାଷ୍ଟ୍ରର ମୁମ୍ବାଇରେ କିଛି ଅଜ୍ଞାତ ବ୍ୟକ୍ତି ଗୁଳି କରି ହତ୍ୟା କରିଥିଲେ। ଏହି ହତ୍ୟାକାଣ୍ଡ ପରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ନାମ ପ୍ରକାଶ ପାଇଥିଲା। ଗତ ବୁଧବାର ମୁମ୍ବାଇ ପୋଲିସ ଏହି ଘଟଣାରେ ତିନି ଜଣଙ୍କୁ ଗିରଫ କରିଥିଲା। ବାବା ସିଦ୍ଦିକୀ ହତ୍ୟା ମାମଲାରେ ଏପର୍ଯ୍ୟନ୍ତ ମୋଟ ୧୪ଜଣଙ୍କୁ ଗିରଫ କରାଯାଇଛି।

Leave A Reply

Your email address will not be published.