ପ୍ରମୁଖ ଖବର

ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍‌ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍‌-ଓଏଏସ୍‌ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା

ଏନସିପିରେ ଯୋଗଦେଲେ ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି

0

ନୂଆଦିଲ୍ଲୀ: କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁଅ ଜିଶାନ ସିଦ୍ଦିକି ଶୁକ୍ରବାର ଏନସିପି ଅଜିତ ପାୱାର ଦଳରେ ଯୋଗ ଦେଇଛନ୍ତି। ଅଜିତ ପାୱାର ଏନସିପି ଦଳରେ ଯୋଗଦେବା ମାତ୍ରେ ଦଳ ତାଙ୍କୁ ଟିକେଟ ଦେବାକୁ ଘୋଷଣା କରିଥିଲେ। ଏଥର ମଧ୍ୟ ସେ ତାଙ୍କ ପୁରୁଣା ବିଧାନସଭା ନିର୍ବାଚନମଣ୍ଡଳୀ ବାନ୍ଦ୍ରା ଇଷ୍ଟରୁ ନିର୍ବାଚନ ଲଢିବେ। ଜିଶାନ ଏବେ କଂଗ୍ରେସ ବିଧାୟକ ରହିଛନ୍ତି। କଂଗ୍ରେସ ତାଙ୍କୁ ଦଳରୁ ବହିଷ୍କାର କରିଥିଲା।

ବାନ୍ଦ୍ରା ପୂର୍ବ ବିଧାୟକ ଜିଶାନଙ୍କ ସହ ଏନସିପି ଅଜିତ ପାୱାର ଦଳରେ ଆଉ ଚାରିଜଣ ନେତା ଯୋଗ ଦେଇଛନ୍ତି। ଏହି ନେତାଙ୍କ ମଧ୍ୟରେ ତସଗାଓଁ କଭାଥେରୁ ସଞ୍ଜୟ କାକା ପାଟିଲ, ୱାରୁଦ ମୁର୍ସିରୁ ଦେବେନ୍ଦ୍ର ଭୁୟାର, ଇସଲାମପୁରର ନିଶିକାନ୍ତ ପାଟିଲ ଏବଂ ପୂର୍ବତନ ଭାଜପା ଏମ୍‌ପି ତଥା ଲୋହା କାନ୍ଦାହାରର ପ୍ରତାପ ଚିଖଲିକର ଅଛନ୍ତି। ଅଜିତ ପାୱାର ଦଳରେ ଯୋଗଦେବା ପରେ ଜିଶାନ କହିଛନ୍ତି, ଏନସିପି ସହ କାମ କରିବା କିଛି ନୂଆ କଥା ନୁହେଁ। ପୂର୍ବ ନିର୍ବାଚନରେ ଆମେ ଏନସିପି ସହିତ କାମ କରିଥିଲୁ। ବର୍ତ୍ତମାନ ଏପ୍‌ସିପିରେ କାମ କରବାକୁ ଆହୁରି ଇଚ୍ଛୁକ।

Leave A Reply

Your email address will not be published.