ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ

0

ପୁରୀ: ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ। ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ବାତ୍ୟାର ପ୍ରଭାବ କମିବା ପରେ ପର୍ଯ୍ୟଟକଙ୍କ ପାଇଁ ଥିବା କଟକଣା ପ୍ରତ୍ୟାହୃତ କରାଯାଇଛି।
ତେବେ ବାତ୍ୟା ଲ୍ୟାଣ୍ଡଫଲ୍ କରିସାରିଥିବା ବେଳେ ପୁରୀ ଉପରେ ଏହାର ପ୍ରଭାବ ବିଶେଷ ଦେଖିବାକୁ ମିଳିନଥିଲା। ସମୁଦ୍ର ମଧ୍ୟ ଧିରେ ଧିରେ ଶାନ୍ତ ହେବାକୁ ଲାଗିଲାନି। ତେଣୁ ବର୍ତ୍ତମାନ ପର୍ଯ୍ୟଟକମାନଙ୍କ ପାଇଁ ଲଗାଯାଇଥିବା କଟକଣାକୁ ପ୍ରଶାସନ ପକ୍ଷରୁ ପ୍ରତ୍ୟାହାର କରିଦିଆଯାଇଛି। ଏବେ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁମାନେ ପୂର୍ବ ଭଳି ମହାପ୍ରଭୁଙ୍କ ଦର୍ଶନ,ସୂର୍ଯ୍ୟ ମନ୍ଦିର ଦର୍ଶନ କରିପାରିବା ସହିତ ସମୁଦ୍ର କୂଳ ଇତ୍ୟାଦି ବୁଲି ପାରିବେ।

ତେବେ ସମୁଦ୍ର ଧିରେ ଧିରେ ଶାନ୍ତ ହେଉଥିଲେ ମଧ୍ୟ ଏବେବି ଏହା ଭିତରେ ବାତ୍ୟା ପ୍ରଭାବ ଜାରି ରହିଥିବା ବେଳେ ପର୍ଯ୍ୟଟକମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ଏଥିସହିତ ବାତ୍ୟା ପ୍ରଭାବରେ ଆଗକୁ ବର୍ଷା ଆଲର୍ଟ ନେଇ ଜନ ସାଧାରଣ ଓ ପର୍ଯ୍ୟଟକଙ୍କୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.