ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ବ୍ରହ୍ମପୁର ମେଡିକାଲ କଲେଜରେ ରାଗିଂ

0

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜରେ ରାଗିଂ ଅଭିଯୋଗ। ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ସିନିୟର ଛାତ୍ର ମାନେ ରାଗିଂ କରିଥିବା ଅଭିଯୋଗ ହୋଇଛି। ପ୍ରଥମ ବର୍ଷର ଛାତ୍ରମାନେ ଦ୍ବିତୀୟ ବର୍ଷକୁ ଉତ୍ତୀର୍ଣ୍ଣ ହେବା ପରେ ସେମାନଙ୍କ ହଷ୍ଟେଲ ପରିବର୍ତ୍ତନ କରାଯାଇଥିଲା। କ୍ୟାବିନ ବ୍ଲକରୁ ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ୩ଟି ହଷ୍ଟେଲକୁ ପଠାଯାଇଥିବା ବେଳେ ସିନିୟର ମାନେ ସେଠାର ରାଗିଂ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ନେଇ ଦ୍ବିତୀୟ ବର୍ଷର ଛାତ୍ରମାନେ ଆଣ୍ଟି ରାଗିଂ ସେଲରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ନେଇ ଆଜି ଆଣ୍ଟି ରାଗିଂ କମିଟିର ବୈଠକ ହେବ ବୋଲି ସୂଚନା ଦେଇଛନ୍ତି ଡିନ୍।

ତଦନ୍ତ ବେଳେ ହଷ୍ଟେଲର କୌଣସି ଛାତ୍ର ମୁହଁ ଖୋଲୁନାହାନ୍ତି। ହେଲେ ମାନସିକ ଓ ଶାରୀରିକ ନିର୍ଯାତନା ନେଇ ଏନଏମସିରେ ଅଭିଯୋଗ ହୋଇଛି। ଏନେଇ କଲେଜର ଆଣ୍ଟି ରାଗିଂ ସେଲ୍‌ରେ ବୈଠକ ବସି ତା ପରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି କହିଛନ୍ତି କଲେଜ ଡିନ୍। ଅଭିଯୋଗ ସତ ପ୍ରମାଣିତ ହେଲେ ଅଭିଯୁକ୍ତ ଛାତ୍ରଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏମକେସିଜି ମେଡିକାଲ ଡିନ ସୂଚନା ଦେଇଛନ୍ତି।

Leave A Reply

Your email address will not be published.