ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ମାଓବାଦୀ ନିହତ

0

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧୀନ ବୁଦାନାଇ ଜଙ୍ଗଲରେ ପୁଣି ସକ୍ରିୟ ହୋଇଛନ୍ତି ମାଓବାଦୀ। ଆଜି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ତେବେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ରହିଛି।

ମିଳିଥିବା ସୂଚନା ଅନୁସାରେ, ବୁଦାନାଇ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ଏବଂ ଏସଓଜି ଯବାନ ପକ୍ଷରୁ ଜଙ୍ଗଲରେ ମିଳିତ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ମାଓବାଦୀମାନେ ଯବାନଙ୍କ ଉପରକୁ ପ୍ରଥମେ ଗୁଳି ଚଳାଇଥିଲେ। ଯବାନ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ଏହି ଏନକାଉଣ୍ଟରରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବାବେଳେ, ଉକ୍ତ ମାଓବାଦୀ ନିକଟରୁ ଏକ ଏକେ-୪୭ ଜବତ ବି ହୋଇଛି। ଘଟଣାସ୍ଥଳରୁ ଅନ୍ୟ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ଜଣାପଡିଛି। ଅନ୍ୟପକ୍ଷେଏସଓଜି ପକ୍ଷରୁ ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି।

Leave A Reply

Your email address will not be published.