ପ୍ରମୁଖ ଖବର

୭୫ ବର୍ଷରେ ଭେଟେରାନ ଅଭିନେତା ନାନା ପାଟେକରଙ୍କ ପରଲୋକ
ସାଉଦିର ଦୁଇ ବିମାନବନ୍ଦରରେ ହୁତି ଆକ୍ରମଣ, ୩ ମୃତ; ୩୬ ଆହତ
ଏଆଇ ନିୟନ୍ତ୍ରଣ ପାଇଁ ମାସକରେ ଆସିବ ପରାମର୍ଶପତ୍ର
କ୍ୟାନସର ଔଷଧ ଦାମରେ ବଡ଼ ହ୍ରାସ, ୩୦%ରେ ଅଟକିବ ଟ୍ରେଡ୍‌ ମାର୍ଜିନ୍‌
ପାଟନାରେ ତେଜସ୍ୱୀଙ୍କ ସମେତ ୩ ନେତା ଅଟକ
ତିର୍ତ୍ତୋଲରେ ବାଣ ବିସ୍ଫୋରଣ: ବାପ-ପୁଅ ମୃତ, ଶିକ୍ଷକ ଗୁରୁତର
ସାହିତ୍ୟରେ ନୋବେଲ ପାଇଁ ଆନ୍ନେ କାରସନ ମନୋନୀତ
ଜିଏସ୍‌ଟି ନିୟମରେ ବଡ଼ ପରିବର୍ତ୍ତନ, ଛୋଟ ବ୍ୟବସାୟୀଙ୍କୁ ମିଳିବ ଆଶ୍ୱସ୍ତି

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ମାଓବାଦୀ ନିହତ

0

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧୀନ ବୁଦାନାଇ ଜଙ୍ଗଲରେ ପୁଣି ସକ୍ରିୟ ହୋଇଛନ୍ତି ମାଓବାଦୀ। ଆଜି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ତେବେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ରହିଛି।

ମିଳିଥିବା ସୂଚନା ଅନୁସାରେ, ବୁଦାନାଇ ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ଏବଂ ଏସଓଜି ଯବାନ ପକ୍ଷରୁ ଜଙ୍ଗଲରେ ମିଳିତ ସର୍ଚ୍ଚ ଅପରେଶନ ଆରମ୍ଭ ହୋଇଥିଲା। ଏହି ସମୟରେ ମାଓବାଦୀମାନେ ଯବାନଙ୍କ ଉପରକୁ ପ୍ରଥମେ ଗୁଳି ଚଳାଇଥିଲେ। ଯବାନ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ଏହି ଏନକାଉଣ୍ଟରରେ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଥିବାବେଳେ, ଉକ୍ତ ମାଓବାଦୀ ନିକଟରୁ ଏକ ଏକେ-୪୭ ଜବତ ବି ହୋଇଛି। ଘଟଣାସ୍ଥଳରୁ ଅନ୍ୟ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିବା ଜଣାପଡିଛି। ଅନ୍ୟପକ୍ଷେଏସଓଜି ପକ୍ଷରୁ ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି।

Leave A Reply

Your email address will not be published.