ପ୍ରମୁଖ ଖବର

ଠିକା କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ଦାୟିତ୍ୱ ମୁଖ୍ୟ କମ୍ପାନୀର ନୁହେଁ : ସୁପ୍ରିମକୋର୍ଟ
ବର୍ଷା ପାଇଁ ଅକ୍ଟୋବର ୩କୁ ଘୁଂଚିଲା ୫ମ ବୃତ୍ତି ପରୀକ୍ଷା
ଅନନ୍ତ ନାଗଙ୍କୁ ଦାଦାସାହେବ ଫାଲ୍‌କେ ପୁରସ୍କାର
ଦିଲ୍ଲୀ ଏସ୍‌ଆଇଆର୍‌ ନେଇ ଇସିଙ୍କୁ ସୁପ୍ରିମକୋର୍ଟ ନୋଟିସ
ଗଭୀର ଅବପାତ ଆଶଙ୍କା,୭ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ
ପାର୍ବଣ ପୂର୍ବରୁ ମହଙ୍ଗା ହୋଇପାରେ ଖାଇବା ତେଲ
ଏସୀୟ କ୍ରୀଡ଼ା: ଦ୍ୱିତୀୟ ଦିନରେ ଭାରତକୁ ୪ ପଦକ

ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ

0

ମହାକାଳପଡ଼ା: ବାତ୍ୟା ଡ୍ୟୁଟି ବେଳେ ଅଘଟଣ। ବାତ୍ୟା ଦାନା ପରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ ସାପ କାମୁଡ଼ିବାରୁ ସେ ଗୁରୁତର ହୋଇପଡ଼ିଥିଲେ। ସେ କଟକ ବଡ଼ ମେଡିକାଲର ମେଡିସିନ୍‌ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି।

ବାତ୍ୟା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଅନେକ ଗଛ ଭାଙ୍ଗିବା ସହ ଉଚ୍ଚ ଜୁଆର ମାଡ଼ି ଆସିଥିଲା। ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ କିଲୋମିଟର ରହିଥିଲା। ସରକାର ପୂର୍ବ ପ୍ରସ୍ତୁତି ସ୍ୱରୂପ ଲକ୍ଷାଧିକ ଲୋକଙ୍କୁ ସ୍ଥାନାନ୍ତରଣ କରିଥିଲେ।

Leave A Reply

Your email address will not be published.