ପ୍ରମୁଖ ଖବର

୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ

ବାତ୍ୟା ବିପନ୍ନଙ୍କୁ କଟୁକଥା କହି ୪ ସରକାରୀ କର୍ମଚାରୀ ନିଲମ୍ବିତ

0

ଭୁବନେଶ୍ବର: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା କାରଣରୁ ୪ ଜଣ ସରକାରୀ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ ୪ କର୍ମଚାରୀ ଲୋକଙ୍କୁ କଟୁକଥା କହିଥିବା ଅଭିଯୋଗ ହୋଇଥିଲା।

ଖବର ମୁତାବକ, ବାତ୍ୟା ଦାନାର ମୁକାବିଲା ସମୟରେ ୪ ଅଧିକାରୀ ନିଜ ଦାୟିତ୍ୱରେ ଖିଲାପ କରିବା ସହ ଲୋକଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଥିଲା। ରାଜ୍ୟ ସରକାର ଘଟଣାର ସତ୍ୟାସତ୍ୟ ଯାଞ୍ଚ କରି ସେମାନଙ୍କୁ ନିଲମ୍ବନ କରିଛନ୍ତି।

ଘଟଣାରେ ରାଜସ୍ୱ ଓ ବିପର୍ଯ୍ୟୟ ପଚିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ବିପର୍ଯ୍ୟୟ ସମୟରେ ଯେଉଁମାନେ ବିପନ୍ନଙ୍କୁ ଅପମାନିତ କରିଛନ୍ତି, କଟୁ କଥା କହିଛନ୍ତି କାହାକୁ ବି ଛଡ଼ା ଯିବନି। ଏଥିସହ ଯେଉଁ ଅଧିକାରୀମାନେ ବିପନ୍ନଙ୍କୁ ସାହାଯ୍ୟ କରିଛନ୍ତି ଆଉ ନିଜର ଦାୟିତ୍ୱ ସୁଚାରୂ ରୂପେ ତୁଲାଇଛନ୍ତି ସେମାନଙ୍କୁ ପୁରସ୍କୃତ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ।

Leave A Reply

Your email address will not be published.