ପ୍ରମୁଖ ଖବର

ମିଶନ ଶକ୍ତି ଅଧୀନରେ ୫,୦୦୦ ମହିଳାଙ୍କ ପାଇଁ ସ୍ୱୟଂରକ୍ଷା ପ୍ରଶିକ୍ଷଣ ଆରମ୍ଭ
ଆସାମ-କେରଳ-ପୁଡୁଚେରୀରେ ମତଦାନ ସମାପ୍ତ, ଇଭିଏମରେ ସିଲ୍ ହେଲା ନେତାଙ୍କ ଭାଗ୍ୟ
ପୁନଃ ନିର୍ବାଚିତ ହେଲେ ସ୍ନାତକ ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଆସାମ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା
ବାଲିଅନ୍ତାରେ ଅତ୍ୟାଧୁନିକ ଜିଆଇଏସ୍‌ ସବଷ୍ଟେସନ ଉଦଘାଟନ, ଆଉ ହେବନି ପାଓ୍ବାର୍‌ କଟ୍

ବାତ୍ୟା ବିପନ୍ନଙ୍କୁ କଟୁକଥା କହି ୪ ସରକାରୀ କର୍ମଚାରୀ ନିଲମ୍ବିତ

0

ଭୁବନେଶ୍ବର: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା କାରଣରୁ ୪ ଜଣ ସରକାରୀ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ସରକାର। ଏନେଇ ରାଜସ୍ବ ମନ୍ତ୍ରୀ ସୂରେଶ ପୂଜାରୀ ସୂଚନା ଦେଇଇନ୍ତି। ବାତ୍ୟା ସମୟରେ ନିଲମ୍ବିତ ୪ କର୍ମଚାରୀ ଲୋକଙ୍କୁ କଟୁକଥା କହିଥିବା ଅଭିଯୋଗ ହୋଇଥିଲା।

ଖବର ମୁତାବକ, ବାତ୍ୟା ଦାନାର ମୁକାବିଲା ସମୟରେ ୪ ଅଧିକାରୀ ନିଜ ଦାୟିତ୍ୱରେ ଖିଲାପ କରିବା ସହ ଲୋକଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଥିଲା। ରାଜ୍ୟ ସରକାର ଘଟଣାର ସତ୍ୟାସତ୍ୟ ଯାଞ୍ଚ କରି ସେମାନଙ୍କୁ ନିଲମ୍ବନ କରିଛନ୍ତି।

ଘଟଣାରେ ରାଜସ୍ୱ ଓ ବିପର୍ଯ୍ୟୟ ପଚିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ବିପର୍ଯ୍ୟୟ ସମୟରେ ଯେଉଁମାନେ ବିପନ୍ନଙ୍କୁ ଅପମାନିତ କରିଛନ୍ତି, କଟୁ କଥା କହିଛନ୍ତି କାହାକୁ ବି ଛଡ଼ା ଯିବନି। ଏଥିସହ ଯେଉଁ ଅଧିକାରୀମାନେ ବିପନ୍ନଙ୍କୁ ସାହାଯ୍ୟ କରିଛନ୍ତି ଆଉ ନିଜର ଦାୟିତ୍ୱ ସୁଚାରୂ ରୂପେ ତୁଲାଇଛନ୍ତି ସେମାନଙ୍କୁ ପୁରସ୍କୃତ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ।

Leave A Reply

Your email address will not be published.