ପ୍ରମୁଖ ଖବର

ହିମନ୍ତ ବିଶ୍ୱ ଶର୍ମାଙ୍କ ବଡ଼ ପ୍ରତିଶ୍ରୁତି: ମାଗଣା ଏଲପିଜି ସିଲିଣ୍ଡର ଦେବ ବିଜେପି
ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ପାଇଁ ବାଟ ଖୋଲିଲା: ଜଙ୍ଗଲ ଜମିକୁ ମିଳିଲା ଅନୁମତି
ସେଲଭାସାରେ ଭୟଙ୍କର ଗ୍ୟାସ୍ ବିସ୍ଫୋରଣ: ୪ ମୃତ, ୫ ଗୁରୁତର ଆହତ
ତିରୁବନନ୍ତପୁରମରେ ମୋଦିଙ୍କ ଭବ୍ୟ ରୋଡ୍‌ଶୋ,ଉତ୍ସବମୟ ପରିବେଶ
ଓଡ଼ିଆ ପକ୍ଷ ଅବସରରେ ପ୍ରବେଶ ଉତ୍ସବ: କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ
ମହାରାଷ୍ଟ୍ରର ନାସିକରେ ଭୟାବହ ଦୁର୍ଘଟଣା: କୁଅରେ ପଡ଼ି ଏକ ପରିବାରର ୯ ଜଣଙ୍କ ମୃତ୍ୟୁ
ଡ଼ିଆରେ ନାମ ଫଳକ ନଥିଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ
ଭାରତ ପାଇଁ ଆଶ୍ୱସ୍ତିର ଖବର : ଭାରତ ଆସୁଛି ସପ୍ତମ ଏଲ୍‌ପିଜି ଟ୍ୟାଙ୍କର୍

୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଯୋଜନା

0

ଭୁବନେଶ୍ବର: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ଲାଗୁ ହେବ। ନିର୍ଦ୍ଦିଷ୍ଟ ଭାବରେ ୧ କୋଟି ପରିବାରର ପ୍ରାୟ ୩ କୋଟି ୫୦ ଲକ୍ଷ ଲୋକଙ୍କୁ ସ୍ୱାସ୍ଥ୍ୟ କାର୍ଡ ମିଳିବ। ଏହା ସାରା ଭାରତ ବର୍ଷରେ ପାଖାପାଖି ୨୭ ହଜାର ହସ୍ପିଟାଲ ସହ ଅନୁବନ୍ଧିତ ହେବ। ଲୋକ କ୍ୟାସଲେସ୍ ଚିକିତ୍ସା ସୁବିଧା ପାଇବେ। ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କ ମଧ୍ୟ ଏହି ସ୍ୱାସ୍ଥ୍ୟବୀମା ସୁବିଧା ମିଳିବ। ଏହା ଏକ କମନ୍ କାର୍ଡ ହେବ।

ପୂର୍ବରୁ ସ୍ୱାସ୍ଥ୍ୟମନ୍ତ୍ରୀ କହିଥିଲେ କି ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଖୁବଶୀଘ୍ର ଲାଗୁ ହେବାକୁ ଯାଉଛି । ଏବେ ଡାଟା କାମ ଚାଲିଛି। ଆୟୁଷ୍ମାନ ଭାରତ ଯୋଜନା ଅଧୀନରେ ୬୭ ଲକ୍ଷ ପରିବାର ସାମିଲ ହେବାକୁ ଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଅଧୀନରେ ବଳକା ୩୩ ଲକ୍ଷ ପରିବାର ସ୍ଵାସ୍ଥ୍ୟ ବୀମାରେ ସାମିଲ ହେବେ। ପୁରୁଣା ସ୍ୱାସ୍ଥ୍ୟ କାର୍ଡରେ କେବଳ ୯୫୦ଟି ହସ୍ପିଟାଲ ସହ ଅନୁବନ୍ଧିତ ଥିଲା । ସାରା ଭାରତବର୍ଷରେ ଚାଲୁ ନଥିଲା । ନୂଆ ସ୍ୱାସ୍ଥ୍ୟକାର୍ଡରେ ୨୭ ହଜାରରୁ ଅଧିକ ହସ୍ପିଟାଲରେ କ୍ୟାସଲେସ ଚିକିତ୍ସା ଉପଲବ୍ଧ ହେବ। ନିକଟରେ ସରକାର ୭୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଆୟୁଷ୍ମାନ ଭାରତରେ ସାମିଲ୍ କରିଛନ୍ତି। ଦାଦନ ଶ୍ରମିକ, ଯେଉଁମାନେ ରାଜ୍ୟ ବାହାରେ ରହି କାମ କରୁଛନ୍ତି ସେମାନେ ମଧ୍ୟ ଏହି ଆୟୁଷ୍ମାନ ଭାରତ- ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା କାର୍ଡରେ ଲାଭବାନ ହେବେ।

Leave A Reply

Your email address will not be published.