ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।

ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ବିଭାଗକୁ କ୍ଷୟକ୍ଷତିର ତୁରନ୍ତ ଆକଳନ କରିବାରୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ବାରା ବାତ୍ୟା ଏବଂ ବନ୍ୟା କ୍ଷତିଗ୍ରସ୍ତଙ୍କୁ ଖୁବଶୀଘ୍ର ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ଓ ବିପର୍ଯ୍ୟାୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମଧ୍ୟ ଉପସ୍ଥିତ ଥିଲେ। ଆକାଶ ମାର୍ଗରୁ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବାତ୍ୟା ଦାନାରେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ ଜିଲ୍ଲା ପ୍ରଭାବିତ ହୋଇଛି। ୫ ଜିଲ୍ଲାର ୧୨ଟି ବ୍ଲକ ୮୮୦ ପଞ୍ଚାୟତର ୪୧୦୦ ଗାଁରେ ଫସଲ କ୍ଷତି ଘଟିଛି। ୨ ଲକ୍ଷ ୭୧ ହଜାର ୮୦୦ ଏକର ଚାଷ ଜମିରେ ଫସଲ କ୍ଷତିଗ୍ରସ୍ତ ହୋଇଛି। ଜଳ ନିଷ୍କାସନ ପରେ କ୍ଷେତ୍ରକୁ ଯାଇ ଆକଳନ କରାଯିବ। ସେହି ଆଧାରରେ ଚାଷୀଙ୍କୁ ଦିଆଯିବ କ୍ଷତିପୂରଣ ପ୍ରଦାନ କରାଯିବ।

Leave A Reply

Your email address will not be published.